ଇସ୍ତଫା ଦେଲେ ଦିଲୀପ ରାୟ

ରାଉରକେଲା୩୦/୧୧: ରାଉରକେଲା ବିଧାୟକ ଦିଲ୍ଲୀପ ରାୟ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ବିଧାନସଭାରେ ବାଚସ୍ପତିଙ୍କୁ ଭେଟି ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି ବିଜେପିର ଏହି ବିଧାୟକ । ଦୀର୍ଘ ଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାରେ ପୂର୍ଣ୍ଣଛେଦ ପଡିଛି। ଆଇଜିଏଚକୁ ସୁପର ସ୍ପେଶାଲିଟି ହସ୍ପିଟାଲ କରିବା ଏବଂ ବ୍ରାହ୍ମଣୀ ଉପରେ ଦ୍ୱିତୀୟ ସେତୁ ପ୍ରସଙ୍ଗକୁ ନେଇ ଦିଲ୍ଲୀପ ଲଗାତର ଭାବେ ନିଜ ଅସନ୍ତୋଷ ଜାହିର କରି ଆସୁଥିଲେ । ଏହି ଦାବି ପୂରଣ ନହେବାରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ଇସ୍ତଫା ପରେ ଦିଲୀପ ବିଜେଡିକୁ ଯିବା ଆଶା କରାଯାଉଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.