ମା ମାଣିକେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବିଶ୍ୱ ଏଡସ ଦିବସ ପାଳନ

କଳାହାଣ୍ଡି,୨/୧୨ : ଶିକ୍ଷା, କ୍ରିଡା ଓ ଶୈକ୍ଷିକ ବାତାବରଣ ପାଇଁ ରାଜ୍ୟରେ ନିଜର ସ୍ବତନ୍ତ୍ରତା ପ୍ରତିପାଦନ କରିଥିବା ମା ମାଣିକେଶ୍ୱରୀ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଥୁଆମୂଲ ରାମପୁର ଠାରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବତ୍କୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ଓ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।

ସାଧାରଣ ଜନତାଙ୍କୁ ଏଡସର ଭୟାବହତା ସଂପର୍କରେ ସଚେତନ କରାଇବା ଉଦ୍ଦେଶ୍ୟରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଏକ ଶୋଭାଯାତ୍ରା ନଗର ପରିକ୍ରମା କରିଥିଲା । ମହାବିଦ୍ୟାଳୟ ସଭାଗୃହ ଠାରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ସତ୍ୟ ନାରାୟଣ ମୁଣ୍ଡଛିନାଙ୍କ ସଭାପତିତ୍ୱରେ ଏକ ସଚେତନତା ସଭାର ଆୟୋଜନ କରାଯାଇଥିଲା । ଯୁବ ରେଡକ୍ରସ ସଂଯୋଜକ ଶ୍ରୀଯୁକ୍ତ ସରୋଜ କୁମାର ପଟ୍ଟଯୋଶି ଏଡସର କାରଣ ଓ ନିରାକରଣ ସମ୍ପର୍କରେ ଆଲୋକପାତ କରିଥିଲେ ।

ଥୁଆମୂଲ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟ ଅଧିକାରୀ ଏଡସ ସମ୍ପର୍କରେ ବିଷଦ ଭାବରେ ବର୍ଣ୍ଣନା କରିଥିଲେ । ଅଧ୍ୟାପକ ବବୃବାହନ ବୁଦ୍ଧିଆ ସଭା ପରିଚାଳନା କରିଥିବା ବେଳେ ଶ୍ରୀଯୁକ୍ତ ଉଦ୍ଧବ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ । ଆୟୋଜିତ ହୋଇଥିବା ପ୍ରତିଯୋଗିତାର କୃତି ଶିକ୍ଷାର୍ଥୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ ।

ଆମ ଫେସବୁକ୍ ପେଜ୍ ଲାଇକ୍ କରନ୍ତୁ

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.