ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ

ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବିଶେଷ ତଥ୍ୟ ଜଣାପଡ଼ିବ – ଟିକିରି ଥାନାଧିକାରୀ ସୁଜ୍ଞାନୀ ସାହୁ

କାଶିପୁର,୪/୧୨ (ହୃଷିକେଶ ସାହୁ) : ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ଡୁଡୁକାବାହାଲ ପଞ୍ଚାୟତ ଅନ୍ତର୍ଗତ ଥୁଟିବର ଗ୍ରାମର ବନବାସ ଝୋଡିଆ(୪୦) ଗତକାଲି ସନ୍ଧ୍ୟା ପ୍ରାୟ ୬ ଘଣ୍ଟା ସମୟରେ ଗୋରଖପୁର ଗ୍ରାମକୁ କୈାଣସି କାମରେ ଯାଇ ଫେରୁଥିବା ସମୟରେ ଚିଙ୍ଗୁଡ଼ି ଝୋର ଫାର୍ମ ନିକଟରେ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ସୋଇଯାଇଥିଲା। ଖବର ପାଇ କିଛି ସମୟପରେ ଗ୍ରାମର କିଛି ଯୁବକ ଟିକିରି ପ୍ରାଥମିକ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ଟିକିରି ଥାନା ଅଧିକାରୀ ସୁଜ୍ଞାନୀ ସାହୁ ଓ ସେକେଣ୍ଡ ଅଫିସର ବିକାଶ ପ୍ରଧାନ ସଦଳବଳେ ମୃତକଙ୍କ ଗାଁକୁ ଯାଇ ପହଞ୍ଚିଥିଲେ । ଶବକୁ ବ୍ୟବଚ୍ଛେଦ ପାଇଁ କାଶିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଛନ୍ତି। ତଦନ୍ତ ଚାଲିଛି ଓ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବିଶେଷ ତଥ୍ୟ ଜଣାପଡ଼ିବ ବୋଲି ଟିକିରି ଥାନାଧିକାରୀ ସୁଜ୍ଞାନୀ ସାହୁ କହିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.