କରୋନା ଭୟ : ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ କୋଣାର୍କ ସୂର୍ଯ୍ୟ ମନ୍ଦିର

ଭୁବନେଶ୍ବର,୧୬/୩ :କରୋନା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି । କରୋନା ସଂକ୍ରମଣ ନହେବା ପାଇଁ ଜନସାଧାରଣଙ୍କୁ ସଚେତନ କରାଯାଉଛି । ରାଜ୍ୟରେ ସ୍କୁଲ, କଲେଜ, ସିନେମା ହଲ ଆଦି ବନ୍ଦ ରହିଥିବାବେଳେ ଆଜି ଠାରୁ ପର୍ଯ୍ୟଟକଙ୍କ ପାଇଁ କୋଣାର୍କ ମନ୍ଦିର ବନ୍ଦ ରହିବ । ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ କୋଣାର୍କ ସୂର୍ଯ୍ୟ ମନ୍ଦିର ବନ୍ଦ ରଖାଯିବାକୁ ନିଷ୍ପତି ନିଆଯାଇଛି । କରୋନା ଭାଇରସ ଭୟରେ ସୂର୍ଯ୍ୟ ମନ୍ଦିରରେ ଧିରେ ଧିରେ ପର୍ଯ୍ୟଟକଙ୍କ ସଂଖ୍ୟା କମିବାରେ ଲାଗିଥିଲା । ଅନ୍ୟପଟେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି କରାଯାଇଛି । ପୁରୀରୁ ସାତପଡା, ପୁରୀରୁ ଭୁବନେଶ୍ୱର ଏବଂ ପୁରୀରୁ ଚନ୍ଦ୍ରଭାଗା, କୋଣାର୍କ ଓ କାକଟପୁର ରୁଟରେ ଚଳାଚଳ କରୁଥିବା ସମସ୍ତ ଟୁରିଷ୍ଟ ବସକୁ ବାତିଲ କରାଯାଇଛି । ଏନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି ।

_________________________________________

ଏଠି ଛୁଇଁ ସବୁ ଖବର ଓ ବିଚାର ସୂଚନା ପାଆନ୍ତୁ ମାଗଣାରେ

http://bit.ly/OBgroup3

ଆମ ଫେସବୁକ୍ ପେଜ୍ ଲାଇକ୍ କରନ୍ତୁ

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.