ଯାତ୍ରା ଦେଖି ଫେରିବା ବେଳେ ଦୁର୍ଘଟଣା : ୫ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଡେରାବିଶ ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଜଣେ ଗୁରୁତର ଆହତ ହୋଇଛି। ମୃତକମାନେ ହେଲେ ରାଜେଶ ଜେନା, ଦେବାଶିଷ ସେଠୀ, ଦୀପକ ଧଳ ଓ ହରେକୃଷ୍ଣ ସାହୁ। ଅନ୍ୟ ଜଣକର ପରିଚୟ ମିଳିପାରି ନାହିଁ। ଗୁୁରୁତର ଥିବା ଅନ୍ୟ ଜଣେ ଆହତ ହେଲେ ସିମିଳିପଦାର ସଂଗ୍ରାମ ମଲ୍ଲିକ। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।ଡେରାବିଶ ଥାନା ଅଳାବାଙ୍କ ଛକରେ ଏହି ଦୁର୍ଘଟଣା ଘଟିଛି। ଗୋଟିଏ ଅଜଣା ଗାଡ଼ିକୁ ଏକ କାର୍‌ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ କାର୍‌ଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିବା ସହ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲା। ଡାକ୍ତରଖାନାରେ ପହଞ୍ଚିବା ପରେ ଡାକ୍ତର ମୃତ ଘୋଷଣା କରିଥିଲେ।

For latest news & updates, click on bell button and subscribe to notifications.

Like us on Facebook👇

http://facebook.com/odiabarta

Subscribe us on Youtube👇

http://tiny.cc/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published. Required fields are marked *

error: You are not allowed to copy this content. Thank you.