କାଳିଆ ଯୋଜନା ଆବେଦନ ଫର୍ମ ଦାଖଲ ଜାନୁଆରୀ ୧୫କୁ ଘୁଂଚିଲା

ଯୋଜନାର ସମିକ୍ଷା କଲେ ମୂଖ୍ୟମନ୍ତ୍ରୀ

ଭୂବନେଶ୍ବର,୧୦/୧:
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବରିଷ୍ଠ ଅଧିକାରୀମାନଙ୍କ ସହ କାଳିଆ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରିଥିଲେ । କାଳିଆ ଯୋଜନାରେ ସାମିଲ ହେବା ପାଇଁ ଚାଷୀମାନଙ୍କର ଆଗ୍ରହକୁ ଦୃଷ୍ଟିରେ ରଖି ଆବେଦନ ଫର୍ମ ଦାଖଲର ଶେଷ ତାରିଖ ଜାନୁୟାରୀ ୧୦ରୁ ଜାନୁଆରି ୧୫ ତାରିଖକୁ ଘୁଂଚାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଏହି ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଆବେଦନ ଜାନୁଆରୀ ୨୫ରୁ ଆରମ୍ଭ ହୋଇ ଫେବୃଆରୀ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଆବଶ୍ୟକ ସ୍ଥଳେ ତୃତୀୟ ପର୍ଯ୍ୟାୟ ଆବେଦନ ପାଇଁ ପରବର୍ତି ସମୟରେ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ମୂଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । କାଳିଆ ଯୋଜନାରୁ ଯେପରି ଜଣେବି ଯୋଗ୍ୟ ଚାଷୀ ବାଦ୍ ନପଡନ୍ତି ସେଥିପ୍ରତି ଜତ୍ନବାନ ହେବାକୁ ବିଶେଷ ଜତ୍ନବାନ ହେବାକୁ ମୂଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

For latest news & views update

Click on bell button and subscribe to notifications.

Like us on facebook

http://facebook.com/odiabarta

Subscribe us on youtube

http://youtube.com/channel/UCdoWrXFOsGOd7dzWwMFwFrQ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published. Required fields are marked *

error: You are not allowed to copy this content. Thank you.