୬୧୮ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ର

ଝାରସୁଗୁଡା,୨୪/୧: ଆଜି ଝାରସୁଗୁଡ଼ା ଜିଲ୍ଲା ଅମଲିପାଲିଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ପାଇଁ ୬୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା, ଲଖନପୁର ବ୍ଲକରେ ୩୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୬ଟି ଉଠା ଜଳସେଚନ ପ୍ରକଳ୍ପ ଓ ୧୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଝାରସୁଗୁଡ଼ା ଓ କିର୍ମିରା ବ୍ଳକର ୨ଟି ଗ୍ରିଡ୍ ସବଷ୍ଟେସନକୁ ଉଦଘାଟନ କରିଛନ୍ତି। ସେହିପରି ୧୪୫ କୋଟି ଟଙ୍କା ବ୍ୟୟ ଅଟକଳରେ ଝାରସୁଗୁଡ଼ା କ୍ୟାନସର କେୟାର ହସ୍ପିଟାଲ, ୩୮୮ କୋଟି ଟଙ୍କା ବ୍ୟୟ ଅଟକଳର ଜଳସେଚନ ପ୍ରକଳ୍ପ, ୩୫ କୋଟି ଟଙ୍କା ବ୍ୟୟ ଅଟକଳରେ ଚଉକିପଡ଼ା ରେଳ ଓଭରବ୍ରିଜର ଶିଳାନାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ୩୪୮୯ ଏସଏଚଜିଙ୍କୁ ଡିଜିଟାଲ ସଶକ୍ତିକରଣ ସହାୟତା ବାବଦରେ ୧ କୋଟି ଟଙ୍କା ପ୍ରଦାନ ସହିତ ୧୦୦୨ ଭୂମିହୀନ ପରିବାରକୁ ଭୂମିପଟ୍ଟା ବଣ୍ଟନ କରିଛନ୍ତି। କଂଗ୍ରେସରୁ ଇସ୍ତଫା ଦେଇଥିବା ଝାରସୁଗୁଡା ବିଧାୟକ ନବ ଦାସ ତାଙ୍କ ସମର୍ଥକଙ୍କ ସହ ଆଜି ଅମଲିପାଲ୍ଲୀଠାରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗଦେଇଛନ୍ତି। ଝାରସୁଗଡା ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ସମେତ ୫ଟି ବ୍ଲକର ସମସ୍ତ କଂଗ୍ରେସ କର୍ମୀ ଓ ସଭାପତି ମଧ୍ୟ ବିଜେଡିରେ ଯୋଗଦେଇଛନ୍ତି।

For latest news & views update

Click on bell button and subscribe to notifications.

Like us on facebook

http://facebook.com/odiabarta

Subscribe us on youtube

http://youtube.com/channel/UCdoWrXFOsGOd7dzWwMFwFrQ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published.

error: You are not allowed to copy this content. Thank you.