କଳାହାଣ୍ଡି: ପ୍ରତିଷ୍ଠା ହେବ କଳାହାଣ୍ଡି ବିଶ୍ୱବିଦ୍ୟାଳୟ। ଏନେଇ ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏହି ବିଜ୍ଞପ୍ତି ପ୍ରକାଶିତ ହେବ ପରେ ସାରା ଜିଲ୍ଲାରେ ଆନନ୍ଦର ଲହରୀ ଖେଳିଯାଇଛି। ଅଂଚଳର ଶିକ୍ଷାପ୍ରେମୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଜଣେଇଛନ୍ତି।
ଏଠାରେ ସୂଚନାଯୋଗ୍ୟ ଯେ, କିଛିଦିନ ତଳେ ଭବାନୀପାଟଣାରେ ଆୟୋଜିତ ମିଶନ ଶକ୍ତି କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭବାନୀପାଟଣା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିବାକୁ ଘୋଷଣା କରିଥିଲେ।