ରଙ୍ଗର ପର୍ବ ହୋଲି ପାଳିତ : ଗାଁଠୁ ସହର ସବୁଠି ଉତ୍ସାହ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ହେଉଛି ରଙ୍ଗ ଓ ଭାଇଚାରାର ପର୍ବ ହୋଲି । ଆନନ୍ଦ, ଉଲ୍ଲାସର ସହ ସମସ୍ତେ ପରସ୍ପରକୁ ଅବିର ଓ ରଙ୍ଗ ଲଗାଇଛନ୍ତି । କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲିଯାନ୍ତି ଜୀବନର ସବୁ ଦୁଃଖ, କଷ୍ଟ । ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯାଇଥିଲେ ନାଚ, ଗୀତରେ । ଏଥିସହ ଭାବର ରଙ୍ଗରେ ରଙ୍ଗୀନ ହେବାକୁ ଯେମିତି ସମସ୍ତେ ବ୍ୟାକୁଳ ।

ଏହି ହୋଲି ପର୍ବସହ ଯୋଡି ହୋଇଛି ଅନେକ ପୌରାଣିକ ଆଖ୍ୟାନ । ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ହୋଲି ଉତ୍ସବ । ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ । ଏ ନେଇ କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଶ୍ରୀଜଗନ୍ନାଥ ମନ୍ଦିର ସହ ଅନ୍ୟ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା । ଦୁଇ ବର୍ଷ ଧରି କରୋନା କଟକଣା ହୋଲି ପାଳନରେ ବାଧକ ସାଜିଥିବାବେଳେ ଏଥର କରୋନା କଟକଣା ନ ଥିବାରୁ ଲୋକେ ହୋଲି ଖେଳିବାକୁ ବେଶ୍ ଉତ୍ସାହିତ ଥିଲେ । ଏଥିସହ ଭାବର ରଙ୍ଗରେ ରଙ୍ଗୀନ ହେବାକୁ ଯେମିତି ସମସ୍ତେ ବ୍ୟାକୁଳ ।

ଏହି ହୋଲି ପର୍ବସହ ଯୋଡି ହୋଇଛି ଅନେକ ପୈ।ରାଣିକ ଆଖ୍ୟାନ । ରଙ୍ଗର ପର୍ବକୁ ନେଇ ପଲ୍ଲିରୁ ସହର ସବୁଠି ଉତ୍ସବ ମୁଖର । ପରଷ୍ପରକୁ ରଙ୍ଗ ଲଗାଇ ସମସ୍ତେ ହୋଲି ପର୍ବକୁ ବହୁ ଧୁମ୍ ଧାମରେ ପାଳନ କରିଛନ୍ତି । ତେବେ ନିଜ ପ୍ରିୟଜନ ଓ ସାଙ୍ଗସାଥୀଙ୍କ ସହ ସମସ୍ତେ ଏହି ରଙ୍ଗର ପର୍ବ ପାଳନ କରିଛନ୍ତି । ବର୍ଷକରେ ଥରେ ଆସିଛି ହୋଲି , ନେଇ ଆସିଛି ଅସୁମାରି ଖୁସି । ସମଗ୍ର କନ୍ଧମାଳରେ ମଧ୍ୟ ପାଳନ ହୋଇଯାଇଛି ରଙ୍ଗର ଉତ୍ସବ । ହୋଲିର ରଙ୍ଗରେ ପିଲାଠୁ ବୟସ୍କ ସମସ୍ତେ ହେଲେ ମସଗୁଲ୍ । ହୋଲି ପାଇଁ ଯୁବପୀଢୀ ଆଜି ବିଶେଷ ଭାବେ ଉତ୍ସାହିତ ।

ରଙ୍ଗ ମାଧ୍ୟମରେ ପରସ୍ପରକୁ ଭଲ ପାଇବା ଓ ସମ୍ପର୍କକୁ ଅଧିକ ମଧୁର କରିବାର ଅବସରକୁ କେହି ହାତଛଡା କରିନାହାନ୍ତି । ସବୁ ଧର୍ମର ଲୋକେ ଏହି ପର୍ବରେ ସାମିଲ ହୋଇ ଆନନ୍ଦ ଉଲ୍ଲାସର ସହ ରଙ୍ଗ ଉତ୍ସବ ମନାଇଛନ୍ତି । ହୋଲିର ରଙ୍ଗରେ ସାରା ରାଜ୍ୟ ରଙ୍ଗୀନ ହୋଇଛି । ପରସ୍ପରକୁ ରଙ୍ଗ ବୋଳି ଶୁଭେଚ୍ଛା ଓ ଶୁଭକାମନା ବାଣ୍ଟୁଛନ୍ତି ଲୋକେ। ଫଗୁଣର ଫଗୁରେ ଭିଜୁଛନ୍ତି । 

ନାଚ ଗୀତରେ ମଜିଛନ୍ତି, ରଙ୍ଗରେ ଭିଜୁଛନ୍ତି । କେଉଁଠି ଡିଜେର ତାଳେ ତାଳେ ନାଚ ଜମିଛି ତ ଆଉ କେଉଁଠି ଅବିର ବର୍ଷା । ଛୋଟ ପିଲାମାନେ ଭଳିକି ଭଳି ଫଗୁ ସହ ପିଚକାରୀ, ଟୋପି, ମାସ୍କ ଲଗାଇ ହୋଲି ଖେଳୁଛନ୍ତି । କେଉଁଠି ହରବାଲ ଅବିରରେ ହୋଲି ଖେଳାଯାଇଛି ତ କେଉଁଠି ବଡମାନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଛନ୍ତି ସାନ ମାନେ । ଶାନ୍ତି ପ୍ରୀତି ମୈତ୍ରି ସଦଭାବନାର ବାର୍ତ୍ତା ନେଇ ଆସିଛି ହୋଲି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.