ଲାଞ୍ଜିଗଡ଼ ରୋଡ଼ ପଞ୍ଚାୟତ କାର୍ଯ୍ୟଳୟରେ ସାପ୍ତାହିକ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ରୋଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ସାପ୍ତାହିକ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଲାଞ୍ଜିଗଡ଼ରୋଡ଼ ସରପଞ୍ଚ ସୁଶ୍ରୀ ମମତା ଶବରଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାସ । ଏହି ଅବସରରେ ପଞ୍ଚାୟତ ସ୍ତରର ସମସ୍ତ ଲାଇନ୍ ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ରହି ଥିବା ବେଳେ ୱାଡ ସଭ୍ୟ/ସଭ୍ୟା, ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ,ଏମବିକେ, ସିଆରପିଏ ମାନେ ମଧ୍ୟ ଉପସ୍ଥିତ ରହିଥିଲେ । ଏଥିରେ ପଞ୍ଚାୟତର ବିଭିନ୍ନ ଗାଁରୁ ଲୋକେ ନିଜ ନିଜର ଅଭିଯୋଗ ପଞ୍ଚାୟତ କାର୍ଯ୍ୟାଳୟରେ ଦାଖଲ କରିଥିବା ବେଳେ ସେ ଗୁଡ଼ିକର ସମାଧାନ ପାଇଁ ସରପଞ୍ଚ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.