ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (+୨)ରେ ଛାତ୍ରୀମାନଙ୍କ ପାଇଁ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ ହୋଇ ଯାଇଛି । ଅଧ୍ୟକ୍ଷ ଜୟନ୍ତ କୁମାର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଏହି ଉଦଘାଟନ କାର୍ଯ୍ୟକ୍ରମରେ ଗୋଲାମୁଣ୍ଡା ଥାନା ଏଏସଆଇ ସୁଶ୍ରୀ ଶାନ୍ତି ତିର୍କୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୃଙ୍ଖଳିତ ଭାବେ ଆତ୍ମ ସୁରକ୍ଷା ନେବାପାଇଁ ପରାମର୍ଶ ଦେଇ ଥିଲେ । ଅଧ୍ୟାପକ ପ୍ରତାପ ଚନ୍ଦ୍ର ନାୟକ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ତାଲିମ୍ ପାଇଥିବା କୌଶଳକୁ ବାସ୍ତବ ଜୀବନରେ କାର୍ଯ୍ୟ କାରୀ କରିବାକୁ ଆହ୍ବାନ ଦେଇଥିଲେ । ଅଧ୍ୟାପକ କବି ପ୍ରସାଦ ପଟ୍ଟନାୟକ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଆଲୋଚନା କରିଥିଲେ । ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା ସ୍ଵାଗତ ଅଭିଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଓ କାର୍ଯ୍ୟକ୍ରମ ସଂଚାଳକ ସନ୍ତୋଷ କୁମାର ବାରିକ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ମୋଟ ୮୨ ଜଣ +୨ ପ୍ରଥମ ବାର୍ଷିକ ଛାତ୍ରୀଙ୍କୁ ମାଷ୍ଟର ପ୍ରଶିକ୍ଷକ ସୋନାଲି ପଣ୍ଡା ଓ ଜ୍ୟୋସ୍ନା ସାହୁଙ୍କ ଦ୍ଵାରା ଏହି ପ୍ରଶିକ୍ଷଣ ପ୍ରଦାନ କରାଯାଉଛି । ମାର୍ଚ୍ଚ ୨୫ ରୁ ଆରମ୍ଭ ହୋଇ ଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆସନ୍ତା ଏପ୍ରିଲ୍ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଅଧ୍ୟକ୍ଷ ଶ୍ରୀ ଜେନା ପ୍ରକାଶ କରିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.