ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ବ୍ଲକର ଦୁର୍ଗମ ଭଟାଙ୍ଗପଦର ଏବଂ କାନକୁଟ୍ରୁ ଗ୍ରାମ ପଞ୍ଚାୟତର ବିଭିନ୍ନ ଗାଁ ଗସ୍ତ କରିବା ସହିତ ଲୋକଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି । ଶ୍ରୀମତୀ ପାତ୍ର ଭଟାଙ୍ଗପଦର ଗ୍ରାମ ପଞ୍ଚାୟତରେ ପହଞ୍ଚବା ପରେ ଗ୍ରାମବାସୀଙ୍କ ପକ୍ଷରୁ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।
ଏହି ଅବସରରେ ବ୍ଲକ ଅଧ୍ୟକ୍ଷାଙ୍କ ସହିତ ଲାଞ୍ଜିଗଡ଼ ଜୋନ୍-୨ ଜିଲ୍ଲାପରିଷଦ ସଦସ୍ୟ ପରିକ୍ଷିତ ନାଏକ, ଲାଞ୍ଜିଗଡ଼ ବିଧାୟକ ପ୍ରତିନିଧି ପ୍ରଦିପ ଘଡେ଼ଇ, ହରିଶଙ୍କର ପାତ୍ର, କାନକୁଟ୍ରୁ ସମିତି ସଭ୍ୟ ମନୋହର ହରପାଲ, ଭଟାଙ୍ଗପଦର ସମିତି ସଭ୍ୟ ରୁପେନ ଛତ୍ରିଆ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ପାତ୍ର କାନକୁଟ୍ରୁ ଗ୍ରାମ ପଞ୍ଚାୟତର ବିଭିନ୍ନ ଗାଁ ପରିଦର୍ଶନ କରି ସେଠାରେ ମଧ୍ୟ ଲୋକଙ୍କ ସହିତ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି ।