ଘାଟିରେ ବରଯାତ୍ରୀ ଗାଡି ଓଲଟି ଜଣେ ମୃତ, ୩ ଗୁରୁତର

ଓଡ଼ିଆ ବାର୍ତ୍ତା/ କୋରାପୁଟ (ତ୍ରିନାଥ ପଟ୍ଟନାୟକ): କୋରାପୁଟ ଜିଲ୍ଲା ଜୟପୁରର ଦେଓଘାଟି ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ଅଧିକ ଲୋକେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରାପ୍ତ ସୂଚନା ଆଧାରରେ ବାହାଘର ନିମନ୍ତେ ଜୟପୁରରୁ ଆର.ଉଦୟଗିରି ଯାଉଥିଲା ବରଯାତ୍ରୀ ଗାଡି । ଏହି ସମୟରେ ଜୟପୁର-କୋରାପୁଟ ରାସ୍ତା ଦେଓଘାଟି ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଗାଡିରେ ଥିବା ଲୋକଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ଅଧିକ ଆହତ ହୋଇଛନ୍ତି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ କିଛି ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ୩ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଗୁରୁତରଙ୍କୁ କୋରାପୁଟ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.