ଦିବ୍ୟାଙ୍ଗଙ୍କ ଶିକ୍ଷା ନିମନ୍ତେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରାଯାଉ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଦିବ୍ୟାଙ୍ଗଙ୍କ ଶିକ୍ଷା ପାଇଁ ଚ଼େଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ(ଓଏସ୍ଇଏଫଡ଼ି) ସଂଘର କର୍ମକର୍ତ୍ତା ଗଣ ସୁପ୍ରିମକୋର୍ଟ ଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଯୋଜନା,ସଂଯୋଜନ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରାଙ୍କୁ ସାକ୍ଷାତ କରି ଅନୁରୋଧ ପତ୍ର ଦେଇଛନ୍ତି। ମାନ୍ୟବର ମନ୍ତ୍ରୀ ଏହି ଦିଗରେ ସକରାତ୍ମକ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.