ଗୋଲାମୁଣ୍ଡା ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ ଓ ଗାଇଡ ପ୍ରାୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଜୟନ୍ତ କୁମାର ଜେନା ସଭାପତିତ୍ବ କରିଥିଲେ । ଗୋଲାମୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ନିଜ ଛାତ୍ର ଜୀବନର ଅନୁଭୁତି ବର୍ଣ୍ଣନା କରିବା ସହ ଶୃଙ୍ଖଳିତ ଜୀବନର ବାର୍ତ୍ତା ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ଗୋଲାମୁଣ୍ଡା ଥାନା ଅଧିକାରୀ ଯୁଗଳ ଶବର ଯୋଗଦେଇ ଟ୍ରାଫିକ ନିୟମ ମାନିବା ସହ ଦୁର୍ଘଟଣା ରୋକିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ବାନ ଦେଇଥିଲେ । ସମାଜ ସେବୀ ଶ୍ୟାମସୁନ୍ଦର ଅଗ୍ରୱାଲ ଏହି ସଚେତନତା କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଭାରତ ସ୍କାଉଟ୍ ଓ ଗାଇଡ ରୋଭର୍ ଲିଡର ସନ୍ତୋଷ କୁମାର ବାରିକ ସ୍ଵାଗତ ଅଭିଭାଷଣ ଓ ଅତିଥିଙ୍କ ପରିଚୟ ପ୍ରଦାନ କରିଥଲେ । ଯୁବ ରେଡ଼କ୍ରସ ପରାମର୍ଶ ଦାତା ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଅଧ୍ୟାପକ ପ୍ରତାପ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ ଓ ଗାଇଡ ସୌଜନ୍ୟରେ ଦୁର୍ଘଟଣା ରୋକିବା ପାଇଁ ପ୍ରସ୍ତୁତ ଟ୍ରାଫିକ ପୋଷ୍ଟ ମହାବିଦ୍ୟାଳୟ ସାମ୍ନା ମୁଖ୍ୟ ରାସ୍ତାରେ ଲୋକାର୍ପଣ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମରେ ଭାରତ ସ୍କାଉଟ୍ ଗାଇଡ ଓ ଯୁବ ରେଡ଼କ୍ରସ ସ୍ଵେଚ୍ଛାସେବୀଙ୍କ ସମେତ ସମସ୍ତ ଛାତ୍ର ଛାତ୍ରୀ ଓ କର୍ମଚାରୀ ସାମିଲ୍ ହୋଇଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.