କୋକସରା ବ୍ଲକର ବିଭିନ୍ନ ସ୍ଥାନରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ବିଭିନ୍ନ ସ୍ଥାନରେ ଶାନ୍ତି ଶୃଙ୍ଖଳା ସହ ସମାପନ ହୋଇଛି ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା । ଦୀର୍ଘ ୨ବର୍ଷ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଥିବା ବେଳେ ଭକ୍ତଙ୍କ ଗହଣରେ ମାଉସୀ ଘରରେ ପହଞ୍ଚିଛନ୍ତି ଚତୁର୍ଦ୍ଧା ମୁରତି । ଚଳିତ ବର୍ଷ ପାଗ ଅନୁକୁଳ ଥିବା ସହ କୋଭିଡ କଟକଣା ନ ଥିବାରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଲାଗିଥିଲା । ବ୍ଲକର ମୋଟେର ବଡ଼ପୋଡାଗୁଡା, ଆମପାଣି, ସିଉନୀ, କାଉଡୋଲା, ଗୋତମୁଣ୍ଡା, ଲଡୁଗାଁ, ଟେମରା, , ଖୁଣ୍ଟିଆ, ଡଙ୍ଗରୀଗୁଡା, ଛିଲିପାମାଲ, କେନ୍ଦୁଡଙ୍ଗରୀ, କାଶୀବାହାଲ, କୋକସରା ଆଦି ସ୍ଥାନମାନଙ୍କରେ ମହାପ୍ରଭୂଙ୍କ ଘୋଷଯାତ୍ରା ପାଳିତ ହୋଇଥିବା ବେଳେ ଲଡୁଗାଁ ଠାରେ କୁନି କୁନି ପିଲାମାନେ ବ୍ଲକ ଅଧ୍ୟକ୍ଷାଙ୍କ ଘରୁ କୁନି ରଥ ବାହାର କରି ସହର ପରିକ୍ରମା କରିଥିଲେ । ଏଥିରେ ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ଓ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ସାମିଲ ହୋଇଥିଲେ । ତେବେ ବିଭିନ୍ନ ସ୍ଥାନରେ ହୋଇଥିବା ରଥଯାତ୍ରାରେ ଶାନ୍ତି ଶୃଙ୍ଖଳା ନିମନ୍ତେ ପରିଚାଳନା କମିଟି, ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.