ଉଛଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ବ୍ଳକ ଅନ୍ତର୍ଗତ ଉଛଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିକ୍ଷକ ଏବଂ ଛାତ୍ର ଛାତ୍ରୀ ମାନଙ୍କ ପକ୍ଷରୁ ୭୩ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଟି ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ  ନବ କିଶୋର ନାଏକ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବରେ ଜୟପାଟଣା ବ୍ଳକ ଜୋନ୍ ଦୁଇ ର ଜିଲ୍ଲା ପରିଷଦ ସଭ୍ୟ  ଦେବ ପୁଝାରୀ ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବରେ ଉଛଳା ଗ୍ରାମ ପଞ୍ଚାୟତ ସରପଞ୍ଚ  ସୁବର୍ଣି ନାଏକ, ବିଦ୍ୟାଳୟ ପରିଚାଳନା କମିଟି ର ସଦସ୍ୟ ତଥା ଶିକ୍ଷକ, ଛାତ୍ର ଛାତ୍ରୀ ଯୋଗ ଦେଇ ଚାର ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ ଉଛଳା ବନ ବିଭାଗ ର କର୍ମଚାରୀ ଯୋଗ ଦେଇ ଚାରା ଯୋଗାଇବା ସହିତ ଚାରା ରୋପଣ ରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.