ନାମାଙ୍କନପତ୍ର ଦାଖଲ କଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଅନ୍ୟ ବିଜେପି ନେତାମାନେ ଉପସ୍ଥିତ ଥିଲେ । ଦୁଇ ଦିନ ପୂର୍ବରୁ ବିଜେପି ଏହାର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ଙ୍କ ନାମ ଘୋଷଣା କରିଥିଲା । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ୬ ଅଗଷ୍ଟରେ ଭୋଟ୍ ଗ୍ରହଣ ହେବ । ଏଭଳି ପରିସ୍ଥିତିରେ ନାମାଙ୍କନ ପତ୍ରର ଶେଷ ତାରିଖ ୧୯ ଜୁଲାଇ ରହିଛି । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ମାର୍ଗେଟ୍ ଆଲଭାଙ୍କୁ ପ୍ରାର୍ଥୀ ଘୋଷଣା କରିଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.