ବାଲିଗୁଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୂଲ୍ୟରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୩୩ଟି ପ୍ରତିଯୋଗିତାରେ ୩୦୦ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ସୁଦୂର କୁର୍ତ୍ତମଗଡ଼, ବାଟାଗୁଡା ଓ ବାଲିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ବିଚାରକ ଭାବେ ସହଯୋଗ କରିଥିଲେ । ଉଦଯାପନୀ ଉତ୍ସବର ବାଲିଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷାର ଉପାଦେୟତା ତଥା କର୍ତ୍ତବ୍ୟନିଷ୍ଠ ଉପରେ ଶିଶୁଙ୍କୁ ଉଦବୋଧନ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ । ଆଦିବାସୀ ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବିଜ୍ଞାନର ଆବଶ୍ୟକତା ବିଷୟରେ ଉଦବୋଧନ ଦେଇଥିଲେ । ଏତଦ ବ୍ୟତୀତ ସ୍ଥାନୀୟ ମହାବିଦ୍ୟାଳୟର ବିଜ୍ଞାନ ଅଧ୍ୟାପକ ହିମାଂଶୁ ଚରଣ ସାହୁ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ । ଅନୁଷ୍ଠାନର ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ଅନୁଷ୍ଠିତ ସଭାର ସଭାପତିତ୍ୱ କରିଥିଲେ । ଏଥିସହ ଅନୁଷ୍ଠାନର ସହ ସଂପାଦକ ଦଣ୍ଡପାଣି ଭୂୟା, ପୂର୍ବତନ ଉପସଭାପତି ଅନନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଅତିଥିମାନେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ବିଦ୍ୟାଳୟର ବରିଷ୍ଠା ଆଚାର୍ଯ୍ୟ ମମତା ମହାରଣା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.