ଉଛୁଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବୃକ୍ଷରୋପଣ ଓ ସିଆରସିସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କଳାହାଣ୍ଡି/ ଓଡିଆ ବାର୍ତ୍ତା (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଉଛୁଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟର ସିଆରସିସି ଅଜିତ କୁମାର ପଧାନଙ୍କୁ ଜାତୀୟ ଶିକ୍ଷାନୀତି କାର୍ଯ୍ୟକ୍ରମରେ ରାଜ୍ୟ ତରଫରୁ ପ୍ରତିନିଧିତ୍ୱ କରିଥିବା ଯୋଗୁଁ ବିଦ୍ୟାଳୟ ତରଫରୁ ସ୍ୱାଗତ ସ୍ୱର୍ଦ୍ଧନା ଦିଆଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଉଛୁଲା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଭୁତି ଭୂଷଣ ବିଶ୍ୱାଳ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ବୃକ୍ଷରୋପଣର ଉପକାରିତା ସମ୍ପର୍କରେ ବାର୍ତ୍ତା ପ୍ରଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ୱରାଜ ବାଗ ସ୍ୱାଗତ ଭାଷଣ ଦେଇ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିଶ୍ୱଜିତ ବିଶ୍ୱାଳ, କିନିଷ୍ଠ ଶିକ୍ଷକ ଚିତ୍ତରଂଜନ ବେହେରା, ପ୍ରଶାନ୍ତ କୁମାର ସାହୁ ପ୍ରମୁଖ ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ସମସ୍ତ ଛାତ୍ରଛାତ୍ରୀ ତଥା ବିଦ୍ୟାଳୟର ଅନ୍ୟାନ୍ୟ କର୍ମକର୍ତ୍ତା ଅତିଥି ସମୂହଙ୍କୁ ନେଇ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରିଶେଷରେ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁନୀଲ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.