ଆଦର୍ଶ ବିଦ୍ୟାଳୟଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ): ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡିର ଲେଖାପାଳ ଦୁତୀୟ ବନଛୋର ଓ ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ କୁମାର ମେହେରଙ୍କ ନେତୃତ୍ବରେ କର୍ଲାମୁଣ୍ଡା ବ୍ଲକ ରେଗେଡା ପଞ୍ଚାୟତ ସ୍ଥିତ ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ସ୍ଵଚ୍ଛ ଗ୍ରାମ ସବୁଜ ଗ୍ରାମ ଉପଲକ୍ଷେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନେଇ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୂପିନ୍ଦ୍ର ସିଂ, ସମ୍ମାନିତ ଅତିଥି ଭାବେ ରେଗେଡା ସରପଞ୍ଚ ଦିପ୍ତୀ ରାଣୀ ସାହୁ, କର୍ଲାମୁଣ୍ଡା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ସାହୁ, ସୁଧୀର ମହାନ୍ତି ପ୍ରମୁଖ ଉପସ୍ଥିତ ରହି ବୃକ୍ଷରୋପଣର ମହନିୟତା ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଅତିଥିଙ୍କ ସହ ନେହେରୁ ଯୁବକେନ୍ଦ୍ର ଜାତୀୟ ଯୁବ ସ୍ୱେଚ୍ଛାସେବୀ ସନତ କୁମାର ସାହୁ, ପୂର୍ବତନ ସ୍ୱେଚ୍ଛାସେବୀ ଦେବେନ୍ଦ୍ର କୁମାର, ହରିହର କଳା ସାଂସ୍କୃତିକ ଅନୁଷ୍ଠାନ ସଭାପତି ଗୋପବନ୍ଧୁ ସାହୁ, ରେଗେଡା ଆଦର୍ଶ ବିଦ୍ୟାଳୟ ଛାତ୍ର ଛାତ୍ରୀ ଓ ଶିକ୍ଷକ ମାନେ ବୃକ୍ଷ ରୋପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.