ସାହିତ୍ୟିକ କବି ବନ୍ଧୁ ପରିବାରର ଗୀତାମୃତ ଶ୍ରବଣ ପଠନ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ବାଲେଶ୍ଵର: ବାଲେଶ୍ବର ଜିଲ୍ଲାର ଅତି ପରିଚିତ ସାହିତ୍ୟ ଅନୁଷ୍ଠାନ “ସାହିତ୍ୟିକ କବି ବନ୍ଧୁ ପରିବାର”ର ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କର ଅଧ୍ୟକ୍ଷତାରେ ଓ ପ୍ରଫୁଲ୍ଲ କୁମାର ଦାସଙ୍କର ପୌରହିତ୍ୟରେ ଆଭାସୀ ମାଧ୍ୟମରେ ଗୀତାମୃତ ପଠନ ଶ୍ରବଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ପ୍ରାରମ୍ଭରେ ଅନୁଷ୍ଠାନର ବଡ଼ଭାଇ ବିଶ୍ବେଶ୍ବର ମାଝୀ ଓମକାର ନାଦଧ୍ବନି ସହ ସମସ୍ତଙ୍କୁ ସୁସ୍ଵାଗତ ଜଣାଇବା ସହ ଶୁଭେଚ୍ଛା ଓ ଅତିଥି ପରିଚୟ ରଖିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ପ୍ରବାଚକ ପଣ୍ଡିତ ନିରଞ୍ଜନ ସାହୁ ଯୋଗଦେଇ ଅଷ୍ଟମ ଅଧ୍ୟାୟ ଅକ୍ଷର ବ୍ରହ୍ମ ଯୋଗର ଶେଷ ଦଶଟି ଶ୍ଲୋକର ଦୀକ୍ଷାନ୍ତ ଆଲୋଚନା କରିଥିଲେ । ରାମାୟଣ, ବେଦ ଉପନିଷଦ, ମହାଭାରତ ଭଳି ଅନେକ ପ୍ରସଙ୍ଗ ଭିତ୍ତିକ କଥା ଉପରେ ପ୍ରାଞ୍ଜଳ ଭାବରେ ଅନେକ ତଥ୍ୟଭିତ୍ତିକ ପ୍ରସଙ୍ଗ ଉତ୍ଥାପନ କରିଥିଲେ ପଣ୍ଡିତ ନିରଞ୍ଜନ ସାହୁ ।

ଉକ୍ତ ସତସଙ୍ଗ କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରୁ ୩୫ରୁ ଉର୍ଦ୍ଧ୍ବ ଗୀତା ପ୍ରେମୀ ଯୋଗ ଦେଇଥିଲେ । ଶେଷରେ ସଭାପତିଙ୍କ ଅନୁମୋଦନ କ୍ରମେ ଗୀତାଞ୍ଜଳି ପୃଷ୍ଟି ଧନ୍ୟବାଦ ଓ ରତିନାରାୟଣ ରାଉତ ଶାନ୍ତିପାଠ କରିବା ସହ ଗୀତାମୃତ କାର୍ଯ୍ୟକ୍ରମ ସାଙ୍ଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.