ମହାନଦୀକୁ ଖସିପଡିଲା ବସ୍‌: ୧୨ ମୃତ, ୪୦+ ଆହତ

କଟକ: ମହାନଦୀକୁ ଏକ ଯାତ୍ରୀବାହୀ ବସ୍‌ ଖସିପଡି ୧୨ଜଣଙ୍କ ପ୍ରାଣହାନି ହୋଇଥିବା ବେଳେ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ପ୍ରାୟ ୧୦ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏକ ମଇଁଷିକୁ ଧକ୍କାଦେଇ ବସଟି ପ୍ରାୟ ୩୦ ଫୁଟ୍‌ ତଳକୁ ଖସିପଡ଼ିଲା। ବସ୍‌ଟି ତାଳଚେଳରୁ କଟକ ଆସିବା ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇଛି ।

Udyog Nursery
Udyogi Nursery

ସନ୍ଧ୍ୟା ପ୍ରାୟ ୬ଟା ୧୦ରେ କଟକର ଜଗତପୁର-ଶିଖରପୁର ମଝିରେ ଥିବା ମହାନଦୀ ପୋଲ ଉପରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

ଅଗ୍ନିଶମ ବିଭାଗ କର୍ମଚାରୀ ଏବଂ ଓଡ୍ରାଫ ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ହେଲେ ସ୍ଥାନଟି ଅନ୍ଧାର ଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା। ଆହତମାନଙ୍କୁ ଉଦ୍ଧାର କରି ଏସସିବିରେ ଭର୍ତ୍ତି କରାଯାଇଛି ।

ଉକ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ସହ ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରାଙ୍କୁ ତୁରନ୍ତ ଘଟଣାସ୍ଥଳକୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା ରହିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.