କଟକ: କଟକ ବାରଙ୍ଗ ଥାନା ଅନ୍ତର୍ଗତ ଗୋଡ଼ିସାହି ନେତଲ ଛକରେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କର୍ମଚାରୀଙ୍କୁ ଦୁର୍ବୁତ୍ତମାନେ ଗୁଳିକରି ହତ୍ୟା କରିଛନ୍ତି। ମୃତ ଯୁବକ ଜଣକ ହେଲେ ସୁନୀଲ ରଞ୍ଜନ ସାହୁ। ଆଜି ସକାଳେ ୨ ଜଣ ଦୁର୍ବୃତ୍ତ ସୁନୀଲଙ୍କୁ ୩ ରାଉଣ୍ଡ ଗୁଳି କରି ଫେରାର ହୋଇଥିଲେ। ତାଙ୍କ ମୁଣ୍ଡ, ଛାତି ଓ ହାତରେ ଗୁଳି ବାଜିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାରୁ ଏଭଳି ଗୁଳିକାଣ୍ଡ ହୋଇଥିବା କଟକ ଡିସିପି ଅଖିଳେଶ୍ୱର ସିଂହ କହିଛନ୍ତି।