୭୭ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ) : ରାୟଗଡା ଜିଲ୍ଲା ସ୍ତରୀୟ ୭୭ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଚିନ୍ତନ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନଗରପାଳ ପି.ମହେଶ ପଟ୍ଟନାୟକ, ରାୟଗଡା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ଟୁନି ହୁଇକା, ପୋଲିସ ଡ଼ିଏସପି ସୁଦାମ ମଲ୍ଲିକ ପ୍ରମୁଖ ମଞ୍ଚାସିନ ହୋଇଥିବା ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ଗତ ବର୍ଷର କାର୍ଯ୍ୟକ୍ରମ ବିବରଣୀ ପାଠ କରି ସଂଯୋଜନା କରିବା ସହ ଚଳିତ ବର୍ଷ ପାଇଁ ବୈଠକରେ ଉପସ୍ଥିତ ବ୍ୟକ୍ତି ବିଶେଷଙ୍କ ପ୍ରସ୍ତାବ ଲୋଡିଥିଲେ | ସ୍ୱାଧୀନତା ଦିବସ ପାଳନ ଦିନ ପ୍ରତ୍ୟୁଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ରାମଧୂନ ପରିବେଷଣ କରାଯିବ । ସକାଳ ଘ ୭.୩୦ ମି ଠାରୁ ଘ. ୮ ଟା ମଧ୍ୟରେ ପ୍ରତ୍ୟେକ ସରକାରୀ, ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସେହିପରି ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଜିଲ୍ଲା ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସରେ ସକାଳ ସାଢେ ଆଠଟା ସମୟରେ ଅନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତଳୋନ କରାଯିବ | ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକୃତା ଓ ଦେଶାତ୍ମକବୋଧ ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ। ଜିଲ୍ଲାରେ ମାଟ୍ରିକ ପରୀକ୍ଷା ରେ ଟପ୍ପର ଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ମାନିତ କରିବା ପାଇଁ ଆଲୋଚନା କରାଯାଇଥିଲା | ପ୍ୟାରାଡ଼ ପଡିଆରେ ବାରିକେଟ ଲଗାଇବା ସହ ଅନ୍ୟାନ୍ୟ ବ୍ୟବସ୍ଥା ପାଇଁ ପୂର୍ତ୍ତ ବିଭାଗ ସହ ଅନ୍ୟ ବିଭାଗକୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା | ଏହି ଦିବସ ପାଳନ ଅବସରରେ ବିଭିନ୍ନ ଅନୁଷ୍ଠାନରେ ଯଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରୋଗୀ, ଉପ କାରାଗାର ,ସେବା ସମାଜ, ସ୍ୱାଧର ଗୃହର ଅନ୍ତେବାସୀ ଏବଂ ବରିଷ୍ଠ ନାଗରିକ ମାନଙ୍କୁ ଫଳ ଓ ମିଷ୍ଠlହ୍ନ ବଣ୍ଟନ କରାଯିବ l ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୌର ନିର୍ବାହୀ ଅଧିକାରୀ ୟାଶୀର ବିଲାଲ ଅହମ୍ମଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ ଶତପଥୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ଯାଜ୍ଞସେନି ବେହେରା,ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣଚନ୍ଦ୍ର ବରିହା, ସହକାରୀ ଜିଲ୍ଲାପାଳ ପୁଷ୍ପାଞ୍ଜଳି ଚୌଧୁରୀ, ରାୟଗଡା ବିଡ଼ିଓ ଲକ୍ଷ୍ମୀ ନାରାୟଣ ସାବତ, ପୋଲିସ ରିଜର୍ଭ ଇନ୍ସପେକ୍ଟର କବିବର ଦେହୁରୀ , ରାୟଗଡା ଥାନା ଅଧିକାରୀ କେ. କେ. ବି. କେ. କହଁର, ରାୟଗଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଓ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା, ଜିସିଡ଼ି ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ, ପୂର୍ତ୍ତ ବିଭାଗ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଏବଂ ସହରର ମାନ୍ୟଗଣ୍ୟ ବ୍ୟକ୍ତି, ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଶେଷରେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.