ଲଗାଣ ବର୍ଷା: ଆଜି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା 

ବନ୍ଦ ରହିବ ସବୁ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର (ନିଲେଶ କୁମାର ନାଗ): ଲଗାଣ ବର୍ଷା ପାଇଁ ଆଜି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁରରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରଖାଯାଇଛି । ବନ୍ଦ ରହିବ ସବୁ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର । ଲଗାଣ ବର୍ଷା ପାଇଁ ଜିଲ୍ଲାପାଳ ସ୍କୁଲ ଛୁଟି ନେଇ ନୋଟିସ୍ ଜାରି କରିଛନ୍ତି । ଜିଲ୍ଲାର ସମସ୍ତ ବିଡିଓଙ୍କୁ ସଜାଗ ରହିବାକୁ କୁହାଯାଇଛି । ତଳିଆ ଅଂଚଳରେ ବର୍ଷା ସ୍ଥିତି ଦେଖି ଲୋକଙ୍କୁ ସ୍ଥାନାନ୍ତର କରାଯିବ । ମାଟି ଘରେ ରହୁଥିବା ଅଞ୍ଚଳରେ ଅଧିକ ଧ୍ୟାନ ଦେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଏହି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ତା’ସହ ଉତ୍ତର ଓ ପଶ୍ଚିମ ଓଡ଼ିଶାର ୧୬ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି ହୋଇଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.