ଲଗାଣ ବର୍ଷା: ଆଜି ବନ୍ଦ ରହିବ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସ୍କୁଲ 

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଲଘୁଚାପ ଜନିତ ଲଗାଣ ବର୍ଷା ରାଜ୍ୟର ଅଧିକାଂଶ ସ୍ଥାନରେ ଲାଗି ରହିଛି। ସୁବର୍ଣ୍ଣପୁର ଜିଲ୍ଲାରେ ମଧ୍ୟ ଏହା ଜନଜୀବନକୁ ବିଶେଷ ଭାବେ ପ୍ରଭାବିତ କରିଛି। ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଅଗଷ୍ଟ ୩ ତାରିଖ ଗୁରୁବାର ଦିନ ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.