ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି l ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୮ ଗୋଟି ବ୍ୟକ୍ତିଗତ ଓ ୩ ଗୋଟି ସାମୁହିକ ଦରଖାସ୍ତ ରହିଛି l ଶିବିରରେ ୧ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇ ଥିବା ବେଳେ ଅନ୍ୟାନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ ସୋନପୁର ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ତ୍ଵlବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ବିନୀ ମେହେର, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ଶ୍ରୀ ସୂର୍ଯ୍ୟଂଶୁ ରୁଟ ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l