ଆରବିଆଇ ସହାୟତାରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): ଭାରତୀୟ ରିଜର୍ଭ ବ୍ୟାଙ୍କର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱରର ମିଳିତ ସହଯୋଗରେ ମ.ରାମପୁର ବ୍ଲକର ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତ ସଭା ଗୃହଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଚଉବନୀ ସାହୁ, ସରପଞ୍ଚ, ସାଇଦଲଙ୍ଗା ଗ୍ରାମପଞ୍ଚାୟତ, ପିଇଓ, ସାଇଦଲଙ୍ଗା ସତ୍ୟବାନ ସାହୁ, ୟୁଜିବି ଶାଖା ପରିଚାଳକ, ଉତେଇ ଭେଲି କୃଷକ ଉତ୍ପାଦନ କମ୍ପାନୀ ର ପରିଚାଳନା ନିର୍ଦ୍ଦେଶକ ଶ୍ରୀକାନ୍ତ ହୋତା ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦଘାଟନ କରିଥିଲେ। ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନରୁ ପାଇଥିବା ଋଣର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା। କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବରରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ଯଥା ବ୍ୟାଙ୍କ୍ ଖାତା ନମ୍ବର, ଓ. ଟି. ପି, ଏ.ଟି.ଏମ କାର୍ଡ ନମ୍ବର, ପାସ୍ କୋର୍ଡ, ଆଧାର କାର୍ଡ, ପାନ୍ କାର୍ଡ ଇତ୍ୟାଦି ନମ୍ବର ବିଷୟରେ କୌଣସି ତଥ୍ୟ ନ ଦେବା ବିଷୟରେ ସତର୍କ କରାଯାଇଥିଲା । ପରିବାରର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାରର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚକୁ ଆକଳନ କରି ବର୍ଷ ଆରମ୍ଭରୁ ସେହି ବ୍ୟୟ ପାଇଁ ବ୍ୟାଙ୍କ୍ ରେ ସଞ୍ଚୟ ରଖିବା ଉପରେ ତାଲିମ୍ ଦାତା ଗୁରୁତ୍ବ ଆରୋପ କରିଥିଲେ । କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ, ମହେଶ୍ୱେତା ସାହୁ, ପ୍ରକାଶ ତ୍ରିପାଠୀ, ଶ୍ରୀକାନ୍ତ ହୋତା ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ । ମମିତ। ପୁଝାରୀ, ମହେଶ୍ଵେତା ସାହୁ, ଈଶ୍ୱର ସାହୁ, ତୁଳସୀ ରାମ ଓ ଗ୍ରାମ ପଞ୍ଚାୟତ ର କର୍ମ କର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି କର୍ମଶାଳାରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ , ଉତ୍ପାଦକ ଗୋଷ୍ଠୀ ରୁ ୬୮ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.