ମହାଲିଙ୍ଗ ଡିଗ୍ରୀ ବିଜ୍ଞାନ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ମହୋତ୍ସବ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ଡିଗ୍ରୀ ବିଜ୍ଞାନ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ମହୋତ୍ସବ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅନେକ ଛାତ୍ର, ଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ l ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟର ସମ୍ପାଦକ କିରଣ କୁମାର ସିଂ, ଡିଗ୍ରୀ ବିଜ୍ଞାନ ମହାବିଦ୍ୟାଳୟର ଅଧକ୍ଷ ଅଶ୍ୱିନ କୁମାର ବାଗ, ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟର ଅଧକ୍ଷ ରଂଜିତ କୁମାର ସାହୁ ଏବଂ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ l ବାର୍ଷିକ କ୍ରୀଡା ମହୋତ୍ସବରେ ଉତୀର୍ଣ୍ଣ ଛାତ୍ର, ଛାତ୍ରୀ ମାନଙ୍କୁ ଆସନ୍ତାକାଲି ସ୍ୱାଧୀନତା ଦିବସରେ ପୁରସ୍କୃତ କରାଯିବ ବୋଲି ଜଣାପଡିଛି  l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.