ହିମାଚଳପ୍ରଦେଶରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ହିମାଚଳପ୍ରଦେଶରେ ବାଦଲଫଟା ବର୍ଷା ସମସ୍ତଙ୍କ ଚିନ୍ତା ବଢାଇ ଦେଇଛି । ବିଶେଷକରି ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ଏଥିସହ ମାଟିତଳେ ୪୦ରୁ ଊର୍ଦ୍ଧ୍ବ ଲୋକ ଫଶି ରହିଥିବା ଜଣାପଡ଼ିଛି। ରାଜ୍ୟ ଜରୁରୀକାଳୀନ ପରିଚାଳନା କେନ୍ଦ୍ର ଅନୁସାରେ, ବର୍ଷା ଓ ଭୂସ୍ଖଳନ ଯୋଗୁଁ ରାଜ୍ୟରେ ୭୫୨ଟି ରାସ୍ତା ବନ୍ଦ ରହିଛି।

ଭୂସ୍ଖଳନ ଯୋଗୁଁ ୩ ମହଲା ବିଶିଷ୍ଟ କଲେଜ ବିଲ୍ଡିଂ ଭୁଶୁଡି ପଡିଛି। ତ୍ୱରିତ ସହାୟତା ଯୋଗାଇବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନକୁ ବନ୍ଦ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଖବର ପାଇବା ମାତ୍ରେ ଏନଡିଆରଏଫ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି।

The post ହିମାଚଳପ୍ରଦେଶରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି first appeared on Odia News.

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.