ଡୁଙ୍ଗରୀପଡ଼ା ପ୍ରାଥମିକ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳନ

ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା (ଅଲତାଫ ଅଲ୍ଲୀ ଖାଁ): ସ୍ଥାନୀୟ ରିଷିଗାଁ ପଂଚାୟତ ଅନ୍ତର୍ଗତ ଡୁଙ୍ଗରୀପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସାମାଜିକ କର୍ମୀ ରାଜେଶ ଗୌଡ଼ ଯୋଗଦେଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମିନାକୁମାରୀ ସାହୁ ଓ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା ଓ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଜାତୀୟ ସଂଗୀତ ଗାନ କରାଯାଇ ସହିଦଙ୍କ ଉଦ୍ଦେଶ୍ୟରେ ସ୍ଲୋଗାନ ଦିଆଯାଇଥିଲା। ନିମନ୍ତ୍ରିତ ଅତିଥି ଭାବେ ସରକାରୀ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଗୌରାଙ୍ଗ ଚରଣ ବେଉରା, ସମାଜସେବୀ ରବି ସିଂ ଯୋଗଦାନ କରିଥିଲେ ଓ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଧୀନତା ଦିବସ ଉପରେ ଅଭିଭାଷଣ ପ୍ରଦାନ କରିଥିଲେ। ବିଦ୍ୟାଳୟ ଶିକ୍ଷା କମିଟି ସଭାପତି ଡମ୍ବରୁଧର ମାଝୀ, ବିଦ୍ୟାଳୟର ଶିକ୍ଷୟିତ୍ରୀ ଶୈଳବାଳା ପଟ୍ଟନାୟକ, ବିରାଜିନୀ ହର, ବିଦ୍ୟାଳୟ କମିଟି ସଭ୍ୟସଭ୍ୟା ଓ ପାଚିକାଙ୍କ ଉପସ୍ଥିତିରେ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥିଲା। ଶେଷରେ ଛାତ୍ରଛାତ୍ରୀମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.