ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ପାଳିତ; ଯୋଗ ଦେଲେ ମନ୍ତ୍ରୀ ରିତା ସାହୁ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ରାମେଶ୍ବର ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ୭୭ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି l ପ୍ରାତଃ ସମୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସହରରେ ରାମଧୂନ ପରିବେଷଣ କରାଯାଇଥିଲା ବେଳେ ସୋନପୁର ସହରର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରଭାତଫେରୀ କରାଯାଇଥିଲା l ପରେ ପରେ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ସହରରେ ଅବସ୍ଥିତ ବିଭିନ୍ନ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ଓ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା l ସହରର ରାମେଶ୍ୱର ଷ୍ଟାଡିୟମ ଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ଉତ୍ସବର ମୂଖ୍ୟ ଅତିଥି ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତ ଶିଳ୍ପ ବିଭାଗ ମନ୍ତୀ ଶ୍ରୀମତୀ ରିତା ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରି ଜନସାଧାରଣ ଙ୍କୁ ଦେଶ ଓ ରାଜ୍ୟ ଉଦ୍ଦେଶ୍ୟରେ ଉଦବୋଧନ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଏସପି ଅମରେଶ ପଣ୍ଡା ଯୋଗ ଦେଇଥିଲେ। ପରେ ପରେ ବିଭିନ୍ନ ବିଦ୍ୟାଳୟର ଓ ମହାବିଦ୍ୟାଳୟର ୩୭ ଗୋଟି ପରେଡ ଦଳ ସାମିଲ ହୋଇଥିଲେ। ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲା l ଏହି ଅବସରରେ ଜିଲ୍ଲାର ବିଭିନ୍ନ କ୍ଷେତ୍ର ରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷ / ଅନୁଷ୍ଠାନ କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ l ସୂଚନା ବିଭାଗ ପକ୍ଷରୁ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରା ଯାଇଥିଲା । ପୋଲିସ ବିଭାଗ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ। ସୁବର୍ଣ୍ଣମେରୁ ନିକଟରେ ଥିବା କୁଷ୍ଠାଶ୍ରମରେ ଅନ୍ତେବାସୀ, ସୋନପୁର ଶିଶୁ ଗୃହ ଅନ୍ତେବାସୀମାନଙ୍କୁ ମିଷ୍ଟାନ୍ନ ଓ ପୋଷାକ ବଣ୍ଟନ, ଜିଲ୍ଲା ମୁଖ୍ୟ ଡାକ୍ତରଖାନା ରେ ରୋଗୀମାନଙ୍କୁ ଫଳ ଓ ମିଷ୍ଟାନ୍ନ ଓ ଜିଲ୍ଲା କାରାଗାର ଅନ୍ତେବାସୀମାନଙ୍କୁ ମିଷ୍ଟାନ୍ନ ବଣ୍ଟନ ଓ ପାନିସିଆଲି ସ୍ଥିତ ଭିନ୍ନକ୍ଷମ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇ ଥିଲା l ନୂତନ ଭାବରେ ନିର୍ମିତ କୁଞ୍ଜ ଛକ ଠାରୁ ପଟାଭାଡ଼ି ଛକ ପର୍ଯ୍ୟନ୍ତ ରାସ୍ତା ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସାମନାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା l ସନ୍ଧ୍ୟା ସମୟରେ ନୂଆ ଟାଉନ ହଲ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ମହାବିଦ୍ୟାଳୟ ତଥା ବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.