୨ ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଆସନ୍ତା ୨୨ ତାରିଖରେ ୨ ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦକ୍ଷିଣ ଆଫ୍ରିକାରେ ସେ ଜୋହନ୍ସବର୍ଗ ଯିବାର କାର୍ଯ୍ୟକ୍ରମ ରହିଛି । ଆଫ୍ରିକାର ରାଷ୍ଟ୍ରପତି ମଟାମେଲା ସାଇରିଲ ରାମଫୋସା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି । ଆଫ୍ରିକା ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ ରକ୍ଷା କରିବାକୁ ଯିବା ସହ ପ୍ରଧାନମନ୍ତ୍ରୀ ଗ୍ରୀସ ଗସ୍ତରେ ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏନେଇ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି । ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଦକ୍ଷିଣ ଆଫ୍ରିକା ଗସ୍ତ ସମୟରେ BRICS ଶିଖର ସମ୍ମିଳନୀ ପରେ ଆୟୋଜିତ ହେବାକୁ ଥିବା ‘ବ୍ରିକ୍ସ-ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ ଡାଇଲଗ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ଦକ୍ଷିଣ ଆଫ୍ରିକା ତରଫରୁ ନିମନ୍ତ୍ରିତ ହୋଇଥିବା ଅନ୍ୟ ଦେଶର ପ୍ରମୁଖ ଅତିଥିମାନେ ମଧ୍ୟ ସାମିଲ ହେବେ । ସୂଚନାଯୋଗ୍ୟ ଯେ, ବିଗତ ୪୦ବର୍ଷ ମଧ୍ୟରେ ଗ୍ରୀସ ଗସ୍ତ କରୁଥିବା ପ୍ରଥମ ପ୍ରଧାନମନ୍ତ୍ରୀ ହେଉଛନ୍ତି ନରେନ୍ଦ୍ର ମୋଦି । ଅର୍ଥାତ୍ ପୂର୍ବରୁ ୪୦ ବର୍ଷ ଧରି ଭାରତର କୌଣସି ପ୍ରଧାନମନ୍ତ୍ରୀ ଗ୍ରୀସ ଗସ୍ତ କରି ନାହାନ୍ତି । ଦେଖିବାକୁ ଗଲେ ଭାରତ ସହ ଗ୍ରୀସର ଉତ୍ତମ ସମ୍ପର୍କ ରହିଛି। ପରିବହନ, ବାଣିଜ୍ୟ ଓ ପ୍ରତିରକ୍ଷା କ୍ଷେତ୍ରରେ ଉଭୟ ଦେଶ ମଧ୍ୟରେ ଭଲ ସମ୍ପର୍କ ଥିବା କୁହାଯାଏ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.