ବୋମାମାଡ଼ରେ ୬ ଆହତ, ଜଣେ ଗୁରୁତର

ଓଡ଼ିଆ ବାର୍ତ୍ତା/ ଯାଜପୁର (ବିରଞ୍ଚି ନାରାୟଣ ପତ୍ରୀ): ଯାଜପୁର ଜିଲ୍ଲା ବରୀ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ରତ୍ନାଗରେ ବୋମା ମାଡ଼। ୬ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ରବିବାର କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଗୋଟିଏ ଗୋଷ୍ଠୀର ସଦସ୍ୟମାନେ ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ବୋମା ମାଡ଼ରେ ଛଅ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.