କାଶୀ ଭାରତର ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ରାଜଧାନୀ -ପ୍ରଧାନମନ୍ତ୍ରୀ ମୋଦୀ

ଓଡ଼ିଆ ବାର୍ତ୍ତା/ ବାରଣାସୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଉତ୍ତରପ୍ରଦେଶର ବାରଣାସୀ ଠାରେ ଆୟୋଜିତ ଜି – ୨୦ ସଂସ୍କୃତି ମନ୍ତ୍ରୀ ବୈଠକକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି ।  ପ୍ରଥମେ କାଶୀ ନାମରେ ପରିଚିତ ବାରାଣସୀ ଠାରେ ପ୍ରଧାନମନ୍ତ୍ରୀ ଅତିଥି ମାନଙ୍କୁ ସ୍ୱାଗତ କରିଥିଲେ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସଂସଦୀୟ କ୍ଷେତ୍ରରେ ଜି- ୨୦ ସଂସ୍କୃତି ମନ୍ତ୍ରୀମାନଙ୍କ ବୈଠକ ଅନୁଷ୍ଠିତ ହେଉ ଥିବାରୁ ସେ ଆନନ୍ଦ ପ୍ରକାଶ କରିଥିଲେ । କାଶୀକୁ ଅନ୍ୟତମ ପୁରାତନ ଜୀବନ୍ତ ସହର ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ନିକଟସ୍ଥ ସାରନାଥ ସହର ବିଷୟରେ କହିଥିଲେ, ଯେଉଁଠାରେ ଭଗବାନ ବୁଦ୍ଧ ତାଙ୍କର ପ୍ରଥମ ଧର୍ମୋପଦେଶ ଦେଇଥିଲେ । “କାଶୀ ଜ୍ଞାନ, କର୍ତ୍ତବ୍ୟ ଏବଂ ସତ୍ୟର ଭଣ୍ଡାର ଭାବରେ ଜଣାଶୁଣା ଏବଂ ଏହା ପ୍ରକୃତରେ ଭାରତର ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ରାଜଧାନୀ” ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଅତିଥି ମାନଙ୍କୁ ଗଙ୍ଗା ଆରତୀ କାର୍ଯ୍ୟକ୍ରମ ଦେଖିବା ନିମନ୍ତେ, ସାରନାଥ ପରିଦର୍ଶନ କରିବା ପାଇଁ ଏବଂ କାଶୀର ବ୍ୟଞ୍ଜନର ସ୍ୱାଦ ଚାଖିବା ପାଇଁ ପରାମର୍ଶ ଦେଇଥିଲେ ।

Omkar Vasthu
Omkar Vasthu

ସଂସ୍କୃତିର ଅନ୍ତର୍ନିହିତ ସମ୍ଭାବନା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜି – ୨୦ ସଂସ୍କୃତି ମନ୍ତ୍ରୀ ଗୋଷ୍ଠୀର କାର୍ଯ୍ୟ ସମଗ୍ର ମାନବଜାତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଭାରତରେ ଆମେ ଆମର ଚିରସ୍ଥାୟୀ ଏବଂ ବିବିଧ ସଂସ୍କୃତି ପାଇଁ ଗର୍ବିତ । ଆମେ ଆମର ସ୍ଥାୟୀ ସାଂସ୍କୃତିକ ଐତିହ୍ୟକୁ ମଧ୍ୟ ବହୁତ ଗୁରୁତ୍ୱ ଦେଉଛୁ” ବୋଲି ଶ୍ରୀ ମୋଦୀ କହିଥିଲେ । ନୂଆଦିଲ୍ଲୀ ଠାରେ ଥିବା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତର ଗଣତାନ୍ତ୍ରିକ ଐତିହ୍ୟକୁ ପ୍ରଦର୍ଶିତ କରିବା ପାଇଁ ଏହା ଏକ ପ୍ରକାରର ପ୍ରୟାସ ।  ସେ “ୟୁଗେ ଯୁଗେ ଭାରତ’ ଜାତୀୟ ସଂଗ୍ରହାଳୟର ବିକାଶ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ, ଯାହା ସମ୍ପୂର୍ଣ୍ଣ ହେବା ପରେ ଭାରତର ୫,୦୦୦ ବର୍ଷରୁ ଅଧିକ ସମୟର ଇତିହାସ ଏବଂ ସଂସ୍କୃତିକୁ ପ୍ରଦର୍ଶିତ କରୁଥିବା ବିଶ୍ୱର ସର୍ବବୃହତ ସଂଗ୍ରହାଳୟ ଭାବରେ ଠିଆ ହେବ । ୨୦୧୪ ମସିହାରୁ ଭାରତ ଏଭଳି ଶତାଧିକ କଳାକୃତିକୁ ଫେରାଇ ଆଣିଛି ଯାହା ଏହାର ପ୍ରାଚୀନ ସଭ୍ୟତାର ଗୌରବକୁ ପ୍ରଦର୍ଶିତ କରୁଛି ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ ।

Pearl dental clinic
Near Ashish Medical Store, Bhawanipatna

ଶେଷରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଦୃଶ୍ୟମାନ ଐତିହ୍ୟର କେବଳ ଭୌତିକ ମୂଲ୍ୟ ନଥାଏ ବରଂ ଏହା ଏକ ରାଷ୍ଟ୍ରର ଇତିହାସ ଏବଂ ପରିଚୟ ମଧ୍ୟ ଅଟେ । ଅର୍ଥନୈତିକ ଅଭିବୃଦ୍ଧି ଏବଂ ବିବିଧତା ପାଇଁ ଐତିହ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତି ଏବଂ ଏହା ଭାରତର ‘ବିକାଶ ଭି , ବିରାସତ ଭି’ (ବିକାଶ ସହିତ ଐତିହ୍ୟ ମଧ୍ୟ) ମନ୍ତ୍ରରେ ପ୍ରତିଫଳିତ ହୋଇଛି , ଯାହାର ଅର୍ଥ ହେଉଛି ବିକାଶ ସହିତ ଐତିହ୍ୟର ସଂରକ୍ଷଣ । ସଂସ୍କୃତି, ସୃଜନଶୀଳତା, ବାଣିଜ୍ୟ ଏବଂ ସହଯୋଗ ଭଳି ଚାରୋଟି ସି  (C ) ର ମହତ୍ତ୍ୱକୁ ଆପଣଙ୍କ କାର୍ଯ୍ୟ ପ୍ରତିଫଳିତ କରୁଛି । ଏହା ଆମକୁ ଏକ ଦୟାଶୀଳ, ସମାବେଶୀ ଏବଂ ଶାନ୍ତିପୂର୍ଣ୍ଣ ଭବିଷ୍ୟତ ଗଠନ ପାଇଁ ସଂସ୍କୃତିର ଶକ୍ତିକୁ ଉପଯୋଗ କରିବାରେ ସକ୍ଷମ କରିବ ବୋଲି ପ୍ରଧାନମନ୍ତ୍ରୀ ଶେଷରେ କହିଥିଲେ ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.