ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ବିଜେପିର ଗଣ ଆନ୍ଦୋଳନ

ଭୀମକେଲା ଓ ରୁପ୍ରା ପିଇଓଙ୍କ ମାଧ୍ୟମରେ ମହାମହିମ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ପକ୍ଷରୁ ସମରସଜ୍ଜା ଆରମ୍ଭ ହୋଇଯାଇଛି। ବିଭିନ୍ନ ପ୍ରସଙ୍ଗକୁ ନେଇ ଶାସକ ବିଜୁ ଜନତା ଦଳକୁ ଘେରୁଛି ବିଜେପି। କଳାହାଣ୍ଡି ଜିଲ୍ଲାର ନର୍ଲା ନିର୍ବାଚନ ମଣ୍ଡଳୀରେ ମଧ୍ୟ ବିଜେପି ତୃଣମୂଳ ସ୍ତରରେ ଲୋକଙ୍କ ପାଖକୁ ପହଞ୍ଚିବାର ପ୍ରୟାସ ଜାରି ରଖିଛି। ବର୍ତ୍ତମାନ ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ବିଜେପି ଗଣ ଆନ୍ଦୋଳନ ଆରମ୍ଭ କରି ପଞ୍ଚାୟତର କାର୍ଯ୍ୟ ନିର୍ବାହି ଅଧିକାରୀଙ୍କ ମାଧ୍ୟମରେ ମହାମହିମ ରାଜ୍ୟପାଳଙ୍କ ଉଦେଶ୍ୟରେ ସ୍ମାରକପତ୍ର ପ୍ରରଣ କରୁଛି। ଏହି କ୍ରମରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭୀମକେଲା ଓ ରୁପ୍ରା ପଞ୍ଚାୟତର ପିଇଓଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ନର୍ଲା ବିଧାୟକ କୁମରମଣି ଶବର, କଳାହାଣ୍ଡି ବିଜେପିର ଜିଲ୍ଲା ଉପସଭାପତି ଅନିରୁଦ୍ଧ ପଧାନ ଓ ପ୍ରଶାନ୍ତ ସାହୁ, କଳାହାଣ୍ଡି ସାଂସଦଙ୍କ ନର୍ଲା ପ୍ରତିନିଧି ତଥା ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ପ୍ରଦୀପ କୁମାର ନାଏକ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଦିବାକର ବାଗ, କିର୍ତ୍ତିଚନ୍ଦ୍ର ମାହାର, ସରୋଜ ସେଠଙ୍କ ସମେତ ବନବାସୀ କଲ୍ୟାଣ ଆଶ୍ରମ ନର୍ଲା ବ୍ଲକ ସଂଯୋଜକ ତଥା ରୁପ୍ରା ମଣ୍ଡଳ ବିଜେପି ସାଧାରଣ ସମ୍ପାଦକ ରାଜିବ ଲୋଚନ ପୋଢ ପ୍ରମୁଖ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.