ଡବ୍ଲୁଡିସି ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁରଙ୍କ ବେଲଖଣ୍ଡି ହାଇସ୍କୁଲ ପରିଦର୍ଶନ; ଛାତ୍ରଛାତ୍ରୀଙ୍କ ସହ ଯୁବ ନେତୃତ୍ବର ବିକାଶ ବିଷୟରେ ଆଲୋଚନା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ତଥା ଛାତ୍ର ବିଜେଡ଼ି ରାଜ୍ୟ କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଦର୍ଶନ କରିବା ସହ ରେଡକ୍ରସ ସ୍ଵେଚ୍ଛାସେବୀ ମାନଙ୍କ ଦ୍ଵାରା ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହା ସହିତ ଛାତ୍ର ଛାତ୍ରୀ ମାନଙ୍କ ସହ ‘ଯୁବ ନେତୃତ୍ବ ବିକାଶ’ ବିଷୟରେ ଆଲୋଚନା କରି ସେମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ସମସ୍ତ ଛାତ୍ରଛାତ୍ରୀ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସଂରଚନାର ବିକାଶ ପାଇଁ ୨୫ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏବଂ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.