ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସେଁପୁରଠାରେ ଗୁରୁଦିବସ ପାଳନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସେଁପୁର ଠାରେ ଆଜି ପବିତ୍ର ଗୁରୁଦିବସ ଓ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମାଙ୍କ ସହ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ । ମହାନ୍ ଛାତ୍ର ବତ୍ସଲ୍ୟ ଶିକ୍ଷକ ରାଧାକ୍ରିଷ୍ଣନ୍ ଙ୍କ ଫୋଟ ଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ବଳନ କରି ସାରିବା ପରେ ଛାତ୍ର ଛାତ୍ରୀ ଗଣ ଗୁରୁ ପୂଜନ କାର୍ଯ୍ୟ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଟିକଦେବ ସାହୁ ଗୁରୁଦିବସର ମହତ୍ତ୍ୱ ଓ ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୀବନୀ ଉପରେ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ । ଗୁରୁଜୀ ଜନାର୍ଦ୍ଦନ ବାଗ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଗୀତାଞ୍ଜଳି ବାଗ, ରଶ୍ମିତା ନାୟକ,ସୌଦାମିନୀ ସାହୁ, ରିତା ସାହୁ,ପୂର୍ଣ୍ଣଚନ୍ଦ୍ର ନାଗ,ପ୍ରବୀଣ ତ୍ରିପାଠୀ, ଗଙ୍ଗାଧର ଚଳାନ, ଭୋଜରାଜ ବାଗ, ତୋଫାନ ବାଗ, ଯଶୋବନ୍ତ ଚିନ୍ଦା, ଖୁସିରାମ ସାହୁ ଗୁରୁଜୀ, ଗୁରୁମା ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.