ସୋନପୁର ଗଡଜାତ ପାଇଁ ବାହାରିଲା ନୂଆଖାଇ ଲଗ୍ନ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଆଜି ସୋନପୁର ଗଡ଼ଜାତ ଓ ପଞ୍ଚରା ଅଞ୍ଚଳ ପାଇଁ ନୁଆଁଖାଇ ଲଗ୍ନ ସ୍ଥାନୀୟ ବଡ ଜଗନ୍ନାଥ ମନ୍ଦିର ପରିସରରେ ଥିବା ମୁକ୍ତିମଣ୍ଡପରେ ପଣ୍ଡିତ ମହାସଭା ବସି ଲଗ୍ନ ନିର୍ଘଣ୍ଟ ସ୍ଥିର କରାଯାଇଛି। ଚଳିତ ବର୍ଷ ସେପ୍ଟେମ୍ବର ୨୦ ତାରିଖ ବୁଧବାର ଦିନ ଘ.୧୦.୩୬ମି ରୁ ଘ.୧୦.୫୦ମି ମଧ୍ୟେ ବିଛା ଲଗ୍ନରେ ନୂଆଁଖାଇ ଲଗ୍ନ ସ୍ଥିର ହୋଇଥିବା ବେଳେ ସକାଳ ୮ ଟା ୩୦ମି ରୁ ୯ ଟା ୩୦ମି ମଧ୍ୟେ ସମଲେଶ୍ଵରୀ ମନ୍ଦିରରୁ ବିରାଟ ପଟୁଆରରେ ମା ସୁରେଶ୍ୱରୀଙ୍କ ପାଇଁ ପାହୁର ଯାତ୍ରା ବାହାରିବ ଓ ଅଷ୍ଟ ଚଣ୍ଡି, ଅଷ୍ଟ ଶମ୍ଭୁ ଓ ଅଷ୍ଟ ବିଷ୍ଣୁ ଙ୍କ ଠାରେ ନବାହ୍ନ ଲାଗି ହେଲା ପରେ ନିଜ ନିଜ ଇଷ୍ଟ ଦେବୀ ଓ ସାଧାରଣ ଜନତା ନବାହ୍ନ ଭକ୍ଷଣ କରିବେ । ବହୁ ପୂର୍ବରୁ ସୋନପୁର ଗଡ଼ଜାତ ରାଜ୍ୟର ନୁଆଖାଇ ପାଇଁ ଏହି ଲଗ୍ନ ପରମ୍ପରା ଚାଲିଆସି ଥିବା ବେଳେ ପ୍ରତିବର୍ଷ ସୋନପୁରର ବଡ ଜଗନ୍ନାଥ ମନ୍ଦିରର ମୁକ୍ତି ମଣ୍ଡପରେ ବସି ପଣ୍ଡିତମାନେ ଲଗ୍ନ ନିର୍ଘଣ୍ଟ ସ୍ଥିର କରିଥାନ୍ତି । ସୋନପୁରର ଇଷ୍ଟଦେବୀ ମା ସୁରେଶ୍ୱରୀଙ୍କ ନାମ ଅନୁସାରେ ଶତଭିଷା ନକ୍ଷତ୍ର ଓ କୁମ୍ଭ ରାଶିକୁ ନେଇ ଜ୍ୟୋତିଷି ଶାସ୍ତ୍ର ଅନୁସାରେ ତିଥି ଓ ଲଗ୍ନ ନିର୍ଘଣ୍ଟ ଗଣନା କରାଯାଇ ଥାଏ ଚଳିତ ବର୍ଷ ଜ୍ୟୋତିର୍ବିଦ ପଣ୍ତିତ ରାଜେନ୍ଦ୍ର କୁମାର ମହାପାତ୍ର ଲଗ୍ନ ନିର୍ଘଣ୍ଟ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.