ବିଭୂତି ଭୂଷଣ ମହାଖୁଡ ଜିଲ୍ଲା କଂଗ୍ରେସର ସାଧାରଣ ସମ୍ପାଦକ  ମନୋନୀତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): ଓଡିଶା ପ୍ରଦେଶ କଂଗ୍ରେସ ଅନୁମୋଦନ କ୍ରମେ କଳାହାଣ୍ଡି ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ନୂତନ କର୍ମକର୍ତ୍ତା ମନୋନୀତ କରାଯାଇଛି। ଏହି କ୍ରମରେ ମ.ରାମପୁର ବ୍ଲକ କଂଗ୍ରେସ ଦଳର ଜଣେ ଲଢୁଆ ଯୁବନେତା ବିଭୂତି ଭୂଷଣ ମହାଖୁଡ଼ଙ୍କୁ ଜିଲ୍ଲା ସାଧାରଣ ସମ୍ପାଦକ ଭାବେ ମନୋନୀତ କରାଯାଇଛି। ବିଭୂତି ପୂର୍ବରୁ ମ.ରାମପୁର ବ୍ଲକ ଯୁବ କଂଗ୍ରେସ, ବ୍ଲକ କଂଗ୍ରେସ କମିଟିର ସଭାପତି ତଥା ପିସିସି  ସଦସ୍ୟ ଓ ଅନ୍ୟାନ୍ୟ ପଦପଦବୀରେ ରହି ଦଳକୁ ତୃଣମୂଳ ସ୍ତରରୁ ସୁଦୃଢ଼ କରିବାରେ ପ୍ରମୁଖ ନେତୃତ୍ୱ ନେଇଛନ୍ତି। ଏଣୁ ଦଳ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଜିଲ୍ଲା ସାଧାରଣ ସମ୍ପାଦକ ଦାୟିତ୍ୱ ଦେଇଛନ୍ତି। ସାଧାରଣ ସମ୍ପାଦକ ଦାୟିତ୍ୱ ଦେଇ ଥିବାରୁ କଂଗ୍ରେସର ରାଜ୍ୟ ସଭାପତି ଶରତ ପଟ୍ଟନାୟକ, ବରିଷ୍ଠ ନେତା ଭକ୍ତ ଚରଣ ଦାସ, ଜିଲ୍ଲା ସଭାପତି ଭାରତ ଭୂଷଣ ବେମାଲଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସାଧାରଣ ସମ୍ପାଦକ ଭାବେ ଚୟନ ପରେ ବିଭିନ୍ନ ମହଲରୁ ଶୁଭେଛୁମାନେ ଅଭିନନ୍ଦନ ଜଣାଇଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.