ରାୟଗଡାରେ ତୃତୀୟ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ତୃତୀୟ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା ୨୯୫୧ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ୫୨ଲକ୍ଷ ୧୭ ହଜାର ୬୩୨ ଟଙ୍କା, ରାଜସ୍ବ ସମ୍ବନ୍ଧିତ ୩୫ ଟି ମାମଲା ଫଇସଲା, ଲେବର ଡିସ୍ପୁଟ୍ ସମ୍ବନ୍ଧିତ ୫ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ୩ ଲକ୍ଷ ୨୯ ହଜାର ୬୨୫ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୩୮ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ୧୦ ଲକ୍ଷ ୪୪ହଜାର ୫ରାୟଗଡାରେ ତୃତୀୟ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ
ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ତୃତୀୟ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା ୨୯୫୧ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ. ୫୨୧୭୬୩୨ (ବାବନ୍ ଲକ୍ଷ ସତର ହଜାର ଛଅ ସହ ବତିସ) ଟଙ୍କା, ରାଜସ୍ବ ସମ୍ବନ୍ଧିତ ୩୫ ଟି ମାମଲା ଫଇସଲା, ଲେବର ଡିସ୍ପୁଟ୍ ସମ୍ବନ୍ଧିତ ୫ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ. ୩୨୯୬୨୫ (ତିନି ଲକ୍ଷ ଅଣତିରିସ୍ ହଜାର ଛଅ ସହ ପଚିସ) ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୩୮ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ.୧୦୪୪୫୦୦( ଦସ ଲକ୍ଷ ଚଉରାଳିସ ହଜାର ପାଞ୍ଛ ସହ) ଟଙ୍କା ଆଦାୟ ହୋଇଛି l ୤ ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରୀନା ଚୌଧୁରୀ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା କୋଟ ର ବିଚାରପତି ଶ୍ରୀମତି ଶୋନଲ ସର୍ମା, ରେଜିଷ୍ଟର ଦେବିଜ୍ୟୋତି ମହାପାତ୍ର, ସବ୍ ଜଜ୍ ଶ୍ରୀ ସୋମ୍ୟରୂପ ସାହୁ, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ନ୍ୟାୟଧିକାରୀ ଶ୍ରୀ ଚନ୍ଦନ କୁମାର ଦେହୁରୀ ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ ୫୦୦ ଟଙ୍କା ଆଦାୟ ହୋଇଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ସତ୍ୟ ନାରାୟଣ ଷଡଙ୍ଗୀଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ନିବେଦିତା ପଣ୍ଡା ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତର ବିଚାରପତି ଅମୃତ ରଞ୍ଜନ ନନ୍ଦ, ସ୍ଥାୟୀ ଲୋକ ଅଦାଲତର ଅଧ୍ୟକ୍ଷ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରାଜଜ୍ ରୀନା ଚୌଧୁରୀ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା ଅଦାଲତର ବିଚାରପତି ଶୋନଲ ଶର୍ମା, ରେଜିଷ୍ଟର ଦେବିଜ୍ୟୋତି ମହାପାତ୍ର, ସବ୍ ଜଜ୍ ସୋମ୍ୟରୂପ ସାହୁ, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ବର୍ଷା ଦାସ, ନ୍ୟାୟଧିକାରୀ ଚନ୍ଦନ କୁମାର ଦେହୁରୀ ପ୍ରମୁଖ ଯୋଗ ଦେଇଥିଲେ l ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.