ବିଶ୍ବନାଥପୁର ଜଗନ୍ନାଥ ମନ୍ଦିର ୫-ଟି ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଅଞ୍ଚଳବାସୀଙ୍କ ଶ୍ରମଦାନ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ବନାଥପୁରଠାରେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅନ୍ତର୍ଗତ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି । ମନ୍ଦିର ପ୍ରକଳ୍ପର କାର୍ଯ୍ୟ ଚାଲିଥିବାବେଳେ ଏଥିରେ ବହୁ ସଂଖ୍ୟାରେ ଅଞ୍ଚଳବାସୀ ଜନସାଧାରଣ ସାମିଲ ହୋଇ ସ୍ବଇଚ୍ଛାରେ ଶ୍ରମଦାନ କରିଥିଲେ । ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ଲାଞ୍ଜିଗଡ଼ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ଲାଞ୍ଜିଗଡ଼ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ବିଶ୍ବନାଥପୁର ସରପଞ୍ଚ ସୁରଥ ମାଝୀ, ସମିତି ସଭ୍ୟ ଅଜିତ କୁମାର ପ୍ରଧାନୀ, କଳାହାଣ୍ଡି କ୍ଷତ୍ରୀୟ ପାଇକ ସମାଜ କୁଳାଧ୍ୟକ୍ଷ ଚନ୍ଦ୍ରଧ୍ବଜ ପେସନିଆ, ଲାଞ୍ଜିଗଡ଼ ବ୍ଲକ ବ୍ରାହ୍ମଣ ସମାଜର ସଭାପତି ହରେକୃଷ୍ଣ ଯୋଷୀ, ବରିଷ୍ଠ ନାଗରିକ ଧର୍ମୁଚାନ୍ଦ ଅଗ୍ରୱାଲ, ବଳରାମ ବେହେରାଙ୍କ ସମେତ ହିମାଦ୍ରୀ ପେସନିଆ, କୈଳାସଚନ୍ଦ୍ର ଦାସ, କରୁଣାକର ପ୍ରଧାନୀ, ହରିହର ପ୍ରଧାନୀ, ଭୁବନେଶ୍ବର ପାତ୍ର, ପ୍ରେମସିନ୍ଧୁ ଦଳେଇ, ଭବାନୀଶଙ୍କର ବାଣୁଆ, ତରୁଣ କୁମାର ଦାସ, ମନୋରଞ୍ଜନ ବିଶି, ବନ ଦଳେଇ, ସଞ୍ଜୀବ ପଣ୍ଡା ସହ ବହୁ ସଂଖ୍ୟାରେ ପୁରୁଷ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ସାମିଲ ହୋଇ ସ୍ବତଃପ୍ରବୃତ୍ତ ଭାବେ ଶ୍ରମଦାନ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.