ଲାଞ୍ଜିଗଡ଼ ବ୍ଲକରେ ଲଗାଣ ବର୍ଷା; ଭୁଶୁଡ଼ିଲା ମାଟିଘର, ଜଣେ ମୃତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ତିନିଦିନ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଜନଜୀବନ ବେହାଲ ହୋଇପଡ଼ିଛି। ବୁଧବାର ବିଳମ୍ବିତ ରାତିରେ ବିଶ୍ବନାଥପୁର ଥାନା ଡୁମେରମୁଣ୍ଡା ଗାଁରେ ଏକ ମାଟିଘର ଭୁଶୁଡ଼ି ପଡ଼ିବାରୁ ଘର ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଛି।ସୂଚନାନୁଯାୟୀ, ଡୁମେରମୁଣ୍ଡା ଗାଁର ଋଷିମଣି ସାହୁ (୪୫ ବର୍ଷ) ନାମକ ଜଣେ ବ୍ୟକ୍ତି ଶୋଇଥିବା ବେଳେ ମାଟିଘର ତାଙ୍କ ଉପରେ ଭୁଶୁଡ଼ି ପଡ଼ିଥିଲା। ଫଳରେ ତଳେ ଚାପିହୋଇ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦୀଶ ବେନିଆଁ, ବିଶ୍ବନାଥପୁର ସରପଞ୍ଚ ସୁରଥ ମାଝୀ, ସମିତିସଭ୍ୟ ଅଜିତ ପ୍ରଧାନୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ବିଶ୍ବନାଥପୁର ପୁଲିସ ପକ୍ଷରୁ ଏଏସ୍ଆଇ ବୁଦ୍ଧେଶ୍ବର ମାଝୀ, ବୁଦ୍ଧିଶ୍ୟାମ ମାଝୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଜଣାପଡ଼ିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.