ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲଠାରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ୧୯୪୯ ମସିହା ସେପ୍ଟେମ୍ବର ୧୪ ତାରିଖ ଦିନ ହିନ୍ଦୀ ଭାଷାକୁ ରାଷ୍ଟ୍ରୀୟ ଭାଷାର ମାନ୍ୟତା ମିଳିଥିଲା। ହିନ୍ଦୀ ଭାଷା ଭାରତର ସଂସ୍କାର ଓ ସଂସ୍କୃତିର ପ୍ରତିବିମ୍ବ ଅଟେ। ହିନ୍ଦୀ ଭାଷା ପ୍ରତି ସମ୍ମାନ ପ୍ରଦର୍ଶନ କରିବା ଆମର ରାଷ୍ଟ୍ରୀୟ ଧର୍ମ ବୋଲି ସ୍କୁଲର ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଉପସ୍ଥିତ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। କାଯ୍ୟକ୍ରମଟିକୁ ମନୀଷା ସିଂ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ଚନ୍ଦ୍ରପ୍ରଭା ମିଶ୍ର, ଅପରାଜିତା ମଲ୍ଲିକ, ସାଧନା ପ୍ରଧାନ, ଅର୍ଣ୍ଣପୂର୍ଣ୍ଣା ପରି, ସୌମ୍ୟ ମିଶ୍ର ଓ ଶିକ୍ଷକ ବିଶ୍ୱରଂଜନ ମହାପାତ୍ର ସହଯୋଗ କରିଥିଲେ। ଶେଷରେ ଶିକ୍ଷକ ସମ୍ପଦ ମୁଣ୍ଡ ଧନ୍ୟବାଦ ଅର୍ପଣ କରିଥିଲେ।