ଆଇନସେବା ପ୍ରାଧିକରଣ ରାୟଗଡା ଦ୍ବାରା ଆଇନ ସଚେତନତା ଶିବିର

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ) : ରାୟଗଡାର ସ୍ଥାନୀୟ ଶ୍ରୀ ଚୈତନ୍ୟ ଏକାଡେମୀ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ,ରାୟଗଡା ତରଫରୁ “Safety on Social Media Platform & Cyber laws” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମ କୁ ରାୟଗଡା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀମତି ନିବେଦିତା ପଣ୍ଡା ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ସାମାଜିକ ଗଣମାଧ୍ୟମ ର ସୁରକ୍ଷା, ସାଇବର ଆଇନ ଉପରେ ଆଲୋଚନା ହୋଇଥିଲା I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଓକିଲ୍ ବ୍ରଜ ସୁନ୍ଦର ନାଏକ, ସୀତାରାମ ପଣ୍ଡା, ଅରୁଣ କୁମାର ପାଣିଗ୍ରାହି, ରାୟଗଡା ଥାନାର ସାଇବର ଇନ୍ସପେକ୍ଟର ଅଭିନାସ ରେଡି, ଚୈତନ୍ୟ ଏକାଡେମି, ରାୟଗଡାର ଅଧ୍ୟକ୍ଷଙ୍କ ସମେତ ଛାତ୍ର ଛାତ୍ରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ I ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ କିପରି ନିଜକୁ ସାମାଜିକ ଗଣମାଧ୍ୟମ ସୁରକ୍ଷା କରିବା, ସାଇବର ଆଇନ, ଅନଲାଇନ ରୁ କିପରି ଠକାମି ର ଶିକାର ନ ହେବା ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା ହୋଇଥିଲା I ଅନଲାଇନ ରେ ଠକାମିର ଶିକାର ହେଲେ ସେମାନଙ୍କ ପାଇ ବ୍ୟବସ୍ଥା ଓ ସେମାନଙ୍କ ପାଇ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ l ସର୍ବୋପରି ଏହି କାର୍ଯ୍ୟକ୍ରମରେ ରାୟଗଡା ଶ୍ରୀ ଚୈତନ୍ୟ ଏକାଡେମି ର ଛାତ୍ର ଛାତ୍ରୀ ଓ କର୍ମଚାରୀ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.