ନର୍ଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ସରସ୍ୱତୀ ଶିଶୁ ମନ୍ଦିରରେ ପ୍ରଧାନାଚାର୍ଯ୍ୟ ବୁଦ୍ଧ ନାଏକଙ୍କ ଅଧ୍ୟକ୍ଷତାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇ ଯାଇଛି । ଭାରତୀୟ ଷ୍ଟେଟ ବ୍ୟାଙ୍କ ରୁପ୍ରାରୋଡ଼ର ଶାଖା ପରିଚାଳକ ସୌଭାଗ୍ୟ ହୋତା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ବାପୁଜୀ ଓ ଶାସ୍ତ୍ରୀଜୀଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ବିଦ୍ୟାଳୟ ପ୍ରଧାନ ଆଚାର୍ଯ୍ୟ ଶ୍ରୀ ନାଏକ ପ୍ରଥମେ ସ୍ୱଗାତ ଭାଷଣ ପ୍ରଦାନ କରିବା ସହିତ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ଯୁଗ୍ମ ସମ୍ପାଦକ ଅଜୟ କୁମାର ନାଏକ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ସ୍ମୃତି ଚାରଣ କରିଥିଲେ । ବିଦ୍ୟାଳୟ ର ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟ ଏବଂ ଛାତ୍ରଛାତ୍ରୀ ଦୁଇ ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଗୁରୁଜୀ ଓ ଗୁରୁମା ମାନେ କକାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.