ଉଲିକୁପା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅଧିନସ୍ଥ ଉଲିକୁପା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଭାବନୀପ୍ରସାଦ ନାଏକଙ୍କ ଅଧ୍ୟକ୍ଷତାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇ ଯାଇଛି । ଏଥିରେ ନର୍ଲା ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ ଯୋଗଦାନ କରି ବାପୁଜୀ ଓ ଶାସ୍ତ୍ରୀଜୀଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ହେଉଛନ୍ତି ପଥ ପ୍ରଦର୍ଶକ । ସେମାନଙ୍କ ପଦାଙ୍କ ଅନୁସରଣ କଲେ ଆମ ଦେଶ ରାମ ରାଜ୍ୟରେ ପରିଣତ ହେବ ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ନାଏକ ପ୍ରଥମେ ସ୍ୱଗାତ ଭାଷଣ ପ୍ରଦାନ କରିବା ସହିତ ଅତିଥିଙ୍କ ପରିଚୟ କରିଥିଲେ । ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ଦୁଇ ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଇତ୍ୟବସରରେ ମୂଖ୍ୟ ଅତିଥିଙ୍କ କରକମଳରେ ଛାତ୍ରଛାତ୍ରୀଙ୍କୁ ସ୍କୁଲ ୟୁନିଫର୍ମ ଓ ପୁରସ୍କାର ପ୍ରଦାନ କରାଯାଇଥିଲା । ଜୟନ୍ତୀ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟାପକ ପର୍ଶୁରାମ ସାହୁ, ଅନୀଲ ପଧାନ, ଦୁଷ୍ମନ୍ତ ରଣା, ଜିତେନ୍ଦ୍ର ବିଶ୍ୱାଳ, ପ୍ରକାଶ ମେହେର, ଦୁଷ୍ମନ୍ତ ପଧାନ, ବସନ୍ତ ବିଶ୍ୱାଳ, ଅଧ୍ୟାପିକା ଦମୟନ୍ତୀ ମାଝୀ ଓ ଚନ୍ଦ୍ରିକା ରଣା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଅଧ୍ୟକ୍ଷ ଶ୍ରୀ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.