ରାୟଗଡା ଠାରେ ମହାତ୍ମା ଗାନ୍ଧୀ ଏବଂ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳନ

ଅହିଂସା ମାର୍ଗରେ ଗଲେ ସମାଜରେ ପରିବର୍ତନ ଆସେ -ଆଇନ ମନ୍ତ୍ରୀ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ରାୟଗଡା ଜିଲ୍ଳା ପ୍ରଶାସନର ଜିଲ୍ଳା ସୂଚନା ଓ ଲୋକ ସଂପର୍କ ବିଭାଗ ସୈାଜନ୍ୟତାରେ ରାୟଗଡା ଜିଲ୍ଳା ସଦର ମହକୁମାର ସ୍ଥାନୀୟ ମହାତ୍ମା ଗାନ୍ଧୀ ପ୍ରମୋଦ ଉଦ୍ୟାନ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତି ପାଳିତ ହୋଇଯାଇଛି । ଏହି ଅବସରରେ ବିଭାଗ ପକ୍ଷରୁ ସହରରେ ପ୍ରାତଃ ରାମଧୂନ ପ୍ରଚାର ହୋଇଥିବା ବେଳେ ସକାଳ ସାଢେ ୬ଟା ସମୟରେ ସ୍ଥାନୀୟ ଗଜପତି ଛକ ଠାରେ ମାନବ ଶୃଙ୍ଖଳ ସହ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତୀମାନଙ୍କୁ ନେଇ ସଂର୍କୀତନର ତାଳେ ତାଳେ ମହାତ୍ମା ଗାନ୍ଧୀ ପ୍ରମୋଦ ଉଦ୍ୟାନ ପର୍ଯ୍ୟନ୍ତ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଆଦିବାସୀ କଲ୍ୟାଣ ତଥା ଆଇନ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ରାୟଗଡା ବିଧାୟକ ମକରନ୍ଦ ମୁଦୁଲି, ଜିଲ୍ଳା ପରିଷଦ ଅଧ୍ୟକ୍ଷ ସରସ୍ୱତୀ ମାଝି, ପୈାରାଧ୍ୟକ୍ଷ ପି.ମହେଶ ପଟ୍ଟନାୟକ, ରାୟଗଡା ବ୍ଳକ ଅଧ୍ୟକ୍ଷା ଟୁନି ହୁଇକା, ଅତିରିକ୍ତ ଜିଲ୍ଳାପାଳ ଭାସ୍କର ରଇତ, ଜିଲ୍ଳା ସୂଚନା ଓ ଲୋକ ସଂପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଳା ସଂସ୍କୃତି ଅଧିକାରୀ ସୁଶ୍ମିତା ବାଉରୀଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ରହି ସହରରେ ଥିବା ବିଭିନ୍ନ ବରପୁତ୍ରମାନଙ୍କ ପ୍ରତିମୂର୍ତିରେ ଅତିଥିମାନଙ୍କ ଦ୍ୱାରା ମାଲ୍ୟାର୍ପଣ କରାଯିବା ପରେ ଗାନ୍ଧୀ ପ୍ରମୋଦ ଉଦ୍ୟାନ ଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ପ୍ରତିମୂର୍ତି ମାନଙ୍କରେ ମାଲ୍ୟାର୍ପଣ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ପରେ ସର୍ବଧର୍ମ ପ୍ରାର୍ଥନା କରାଯାଇଥିଲା । ସେଠାରେ ଅତିଥିମାନେ ମହାତ୍ମା ଗାନ୍ଧୀ ଏବଂ ଶାସ୍ତ୍ରୀଜୀଙ୍କ ସ୍ୱାଧୀନତା ସଂଗ୍ରାମୀ ଜୀବନୀ ଉପରେ ଆଲୋକପାତ କରିଥିବା ବେଳେ ଅହିଂସା ମାର୍ଗରେ ଗଲେ ସମାଜରେ ପରିବର୍ତନ ଆସେ ବୋଲି ଆଇନ ମନ୍ତ୍ରୀ ଶ୍ରୀ ସାରକା ପ୍ରକାଶ କରିଥିଲେ । ପରେ ମନ୍ତ୍ରୀ ଶ୍ରୀ ସାରକା,ବିଧାକୟ ଶ୍ରୀ ମୁଦୁଲି ଓ ଅନ୍ୟ ଅତିଥି ମାନେ ରାୟଗଡା ମହିଳା ମହାବିଦ୍ୟାଳୟ ଠାରେ ଗାନ୍ଧୀଜୀଙ୍କ ଜୀବନ ଦର୍ଶନ ଶୀର୍ଷକ ବିଷୟ ଉପରେ ଅନୁଷ୍ଠିତ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମହିଳା ମହାବିଦ୍ୟାଳୟର ଗର୍ଭର୍ଣ୍ଣିଂ ବଡି ସଭାପତି ଡଃ.ଦୁଷ୍ମନ୍ତ୍ କୁମାର ମହାନ୍ତି, ସାହିତ୍ୟ ଏକାଡେମୀ ସଦସ୍ୟ କବି ସୁଶାନ୍ତ କୁମାର ନାୟକ, ମଂଜୁଶ୍ରୀ ମୁର୍ଖାଜୀଙ୍କ ସମେତ ଅନ୍ୟମାନେ ଉପସ୍ଥିତ ରହିଥିଲେ । ଜିଲ୍ଳା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟର କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.