ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର 

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି l ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୬ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୧୦ ଗୋଟି ବ୍ୟକ୍ତିଗତ ଓ ୬ ଗୋଟି ସାମୁହିକ ଦରଖାସ୍ତ ରହିଛି l ଶିବିରରେ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ବିନୀ ମେହେର, ଉପଜିଲ୍ଲାପାଳ ଡ଼.ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ରୀ ଅର୍ଜୁନ ଚରଣ ମାଝୀ, ଡି ଏସ ଏସ ଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଡିଡବ୍ଲୁଓ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ଶ୍ରୀ ସୂର୍ଯ୍ୟଂଶୁ ରୁଟ, ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.